କାର୍ଯ୍ୟାଦେଶ ମିଳିଛି, ଟଙ୍କା ମିଳୁନି: ସ୍ଲାବ ପାଇଁ ଟଙ୍କା ନାହିଁ; ଭଙ୍ଗା ଘର ଭରସା

ନୂଆପଡା ଅଫିସ,୧୫ା୮ : ସରକାର କାହାରିକୁ ଖପର ଘରେ ରହିବାକୁ ଦେବେ ନାହିଁ ବୋଲି ହଜାର ହଜାର ସଂଖ୍ୟାରେ ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇଦେଉଛନ୍ତି । ହେଲେ ସେଗୁଡିକର ପରିଚାଳନା ବ୍ୟବସ୍ଥା ଢିଲା ପଡିଥିବା ଯୋଗୁ ଥିଲାବାଲା ଲୋକ ଶୀଘ୍ର ଏଥିରୁ ଫାଇଦା ନେଉଥିବାବେଳେ ଗରିବ ଲୋକଙ୍କୁ କେବଳ କାର୍ଯ୍ୟାଦେଶ ମିଳିଯାଉଛି, ବାକି ଟଙ୍କା ପ୍ରଦାନରେ ଜାଣିଶୁଣି ଅବହେଳା କରାଯାଉଛି । ଫଳରେ ଗରିବ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ନୂଆପଡ଼ା ଜିଲା କୋମନା ବ୍ଲକ ପଲସିପାଣି ଗାଁର ଅରକ୍ଷିତ ସୁନାନୀ (୩୨) ନାମକ ଜଣେ ବ୍ୟକ୍ତିଙ୍କ କୁଡିଆର ଘର ଭାଙ୍ଗିଯିବା ପରେ ଅର୍ଦ୍ଧ ଭଗ୍ନ ଘରେ ରହୁଥିଲେ। ଏହାକୁ ଦେଖି ତାଙ୍କୁ ଗତ ୨୦୧୭-୧୮ ଆର୍ଥତ୍କ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ସକାଶେ ବ୍ଲକ ପ୍ରଶାସନ ତରଫରୁ କାର୍ଯ୍ୟାଦେଶ ଦିଆଯାଇଥିଲା । ଅରକ୍ଷିତଙ୍କୁ ପ୍ରଥମ କିସ୍ତିରେ ମାତ୍ର ୨୦ ହଜାର ଟଙ୍କା ପ୍ରଦାନ କରାଗଲା । ପରେ ସେ ନିଜ ଘରର ସମସ୍ତ ଆସବାବ ବିକ୍ରି କରି ଘର ନିର୍ମାଣରେ ଲାଗିଗଲେ । ହେଲେ ବାକି ଟଙ୍କା ମିଳିଲା ନାହିଁ । ବର୍ତ୍ତମାନ ସ୍ଲାବ ପର୍ଯ୍ୟନ୍ତ କାମ ଯାଇ ଅଟକି ଯାଇଛି । ସ୍ଲାବ ପାଇଁ ବାକି ୪୫ହ ଜାର ଟଙ୍କା ମିଳିବା କଥା । ହେଲେ ତାହା ଦିଆଯାଉନାହିଁ । ଟଙ୍କା ପାଇଁ ବାରମ୍ବାର ପଞ୍ଚାୟତରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନ ଥିବାରୁ ଭାଙ୍ଗି ପଡିଛନ୍ତି । ଘରେ ଏବେ ଖାଇବାକୁ କିଛି ନ ଥିବାବେଳେ ବାଧ୍ୟ ହୋଇ ଭଙ୍ଗା ଘରେ ସ୍ତ୍ରୀ ପତରଙ୍ଗୀ, ପୁଅ ନରେନ୍ଦ୍ର, ଝିଅ ରଶ୍ମିତା ରହୁଥିବା ଅରକ୍ଷିତ ପ୍ରକାଶ କରିଛନ୍ତି । ଏହା ଉପରେ ଜିଲା କର୍ତ୍ତୃପକ୍ଷ ତୁରନ୍ତ ହସ୍ତକ୍ଷେପ କରି କାର୍ଯ୍ୟାନୁଷ୍ଠାନ କରିବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫୩ନଂ ରଜ୍ୟ ରାଜପଥରେ ଗେଟିଏ ପରେ ଗେଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri