କାର୍ଯ୍ୟାଳୟ ଘେରିଲେ ଭୂମିହୀନ ଆଦିବାସୀ

ଭଦ୍ରକ ଅଫିସ,୨୦ା୬ – ଘରଡିହ ପଟ୍ଟା ତୁରନ୍ତ ଯୋଗାଇ ଦେବା ଦାବିରେ ଶତାଧିକ ଭୂମିହୀନ ଆଦିବାସୀ ପରିବାର ବୁଧବାର ଭଦ୍ରକ ତହସିଲ ଅଧୀନ ରାନ୍ଦିଆ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଗେଲଟୁଆ, ରାନ୍ଦିଆ, ବାଉଦପୁର ଓ ଓଲଙ୍ଗ ପଞ୍ଚାୟତ ଅଧୀନରେ ଦୀର୍ଘବର୍ଷ ଧରି ବସବାସ କରିଆସୁଥିବା ଆଦିବାସୀ ମହିଳା ଓ ପୁରୁଷ ନିଜର ହକ୍‌ ଦାବି ନେଇ ସକାଳ ୮ଟାଠାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଘେରାଉ କରି ବସିରହିଥିଲେ।
ଭୂମିହୀନମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ବାସ ଉପଯୋଗୀ ଘରଡିହ ପଟ୍ଟା ଯୋଗାଇ ଦେବାକୁ ସରକାରଙ୍କ ନିର୍ଦ୍ଦେଶ ଥିବାବେଳେ ସ୍ଥାନୀୟ ତହସିଲଦାର ଏବଂ ରାଜସ୍ବ ନିରୀକ୍ଷକ ଏଥିପ୍ରତି ଅବହେଳା କରିଆସୁଛନ୍ତି। ଘରଡିହ ପଟ୍ଟା ନ ଥିବାରୁ ସରକାରଙ୍କ ବିଭିନ୍ନ ଯୋଜନା ଯଥା ମୋ କୁଡିଆ, ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଆବାସ, ବିଜୁଳି ଆଲୋକ, ରାଶନକାର୍ଡ, ସ୍ବଚ୍ଛଭାରତ ମିଶନ ପକ୍ଷରୁ ପାଇଖାନା ଏପରିକି ସେମାନଙ୍କ ପିଲାମାନେ ପାଠ ପଢିବା ପାଇଁ ଜାତିଗତ ପ୍ରମାଣପତ୍ର ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ଭୂମିହୀନ ଆଦିବାସୀମାନେ ଘରଡିହ ପଟ୍ଟା ପାଇବା ପାଇଁ ବାରମ୍ବାର ସ୍ଥାନୀୟ ତହସିଲ ଓ ରାଜସ୍ବ ନିରୀକ୍ଷକଙ୍କ ଅଫିସରେ ଦରଖାସ୍ତ କରିଆସୁଥିବା ବେଳେ ଭୂମିହୀନ ଲୋକ ନ ଥିବା ବିଭାଗୀୟ କର୍ତ୍ତୃପକ୍ଷ ସରକାରଙ୍କୁ ରିପୋର୍ଟ କରିଛନ୍ତି। ଏହି ଭୂମିହୀନ ପରିବାରଙ୍କୁ ପଟ୍ଟା ପ୍ରଦାନ ସକାଶେ ଚାଷୀମୂଲିଆ ସଂଘ ପକ୍ଷରୁ ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ତହସିଲ ଅଫିସ ଆଗରେ ଆନ୍ଦୋଳନ ସହ ଘେରାଉ ମଧ୍ୟ କରାଯାଇଛି। ବୁଧବାର ଚାଷୀ ମୂଲିଆ ସଙ୍ଗଠନର ନେତା ସୁଶାନ୍ତ ଜେନାଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳା ଓ ପୁରୁଷ ଘେରାଉରେ ସାମିଲ ହୋଇଥିଲେ। ରାନ୍ଦିଆ ରାଜସ୍ବ ନିରୀକ୍ଷକ ଗଜେନ୍ଦ୍ର ଦାସଙ୍କୁ ଦାବି ଜଣାଇବା ସହିତ ଜିଦ୍‌ରେ ଅଟଳ ହୋଇ ବସିରହିଥିଲେ। ପରେ ସଙ୍ଗଠନର ନେତା ଜେନା ତାଙ୍କର ସମର୍ଥକଙ୍କ ସହିତ ରାଜସ୍ବ ନିରୀକ୍ଷକଙ୍କ ମଧ୍ୟରେ ଆଲୋଚନା କରାଯାଇଥିଲା। ଆସନ୍ତା ଜୁଲାଇ ୧ ତାରିଖଠାରୁ ଭୂମିହୀନ ପରିବାରଙ୍କ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବା ସହ ସେମାନଙ୍କର ଚୂଡ଼ାନ୍ତ ତାଲିକା ରିପୋର୍ଟ ତହସିଲଦାର ଏବଂ ଜିଲା ପ୍ରଶାସନକୁ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଉଦୟ ହେମ୍ବ୍ରମ, ପୂର୍ଣ୍ଣ ସିଂ, ମନୋଜ ଖିଲାର, ମାନ ମୁଣ୍ଡା, ଜମାଲ ଟୁଡୁ, ପାକନ ଚମ୍ପିଆ, ମଟୁ ପ୍ରଧାନ, ବାସନ୍ତୀ ଯେନା, ପ୍ରମିଳା ଯେନା, ଲଦୁ ମୁଣ୍ଡା, ଗୌତମୀ ଦାସ, ରାଜୁ ମୁଣ୍ଡା ପ୍ରମୁଖ ଘେରାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri