Posted inଜାତୀୟ

‘କାର୍‌ଗିଲ ବିଜୟ ଭାରତର ଶକ୍ତିର ପ୍ରତୀକ’

ନୂଆଦିଲ୍ଲୀ,୨୮ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟ ଭାରତର ଶକ୍ତି, ପ୍ରତିବଦ୍ଧତା ଓ ସାମର୍ଥ୍ୟର ପ୍ରତୀକ ଥିଲା। ଏହାର ସଶସ୍ତ୍ର ବାହିନୀର ତ୍ୟାଗ ଏହାକୁ ଦୁର୍ଜେୟ କରି ରଖିଛି ବୋଲି କାର୍‌ଗିଲ ବିଜୟର ୨୦ ବର୍ଷ ପୂର୍ତ୍ତି ଉତ୍ସବରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଥିଲେ, ଆତଙ୍କବାଦର ପ୍ରସାର ପାଇଁ କେତେକ ଦେଶ ଛାୟା ଯୁଦ୍ଧର ସହାୟତା ନେଉଛନ୍ତି। ଆତଙ୍କବାଦ ବିରୋଧରେ ଲଢ଼େଇ ଲାଗି ସାରା ବିଶ୍ୱ ପକ୍ଷରୁ ମିଳିତ ଉଦ୍ୟମର ସମୟ ଆସିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି ଉତ୍ସବରେ ବହୁସଂଖ୍ୟାରେ ସେନା ଅଧିକାରୀ, ଯବାନ ଓ ଅବସରପ୍ରାପ୍ତ ସାମରିକ କର୍ମଚାରୀ ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀ କହିଥିଲେ, ଯୁଦ୍ଧ ସରକାର ଲଢ଼ନ୍ତି ନାହିଁ, ସମଗ୍ର ଦେଶ ଲଢ଼ିଥାଏ। କାର୍‌ଗିଲ ବିଜୟ ଏବେ ବି ସାରା ଦେଶକୁ ଅନୁପ୍ରାଣିତ କରୁଛି। ଏହି ବିଜୟ ପ୍ରତ୍ୟେକ ଭାରତୀୟଙ୍କର ଥିଲା। ୧୯୯୯ରେ କାର୍‌ଗିଲ ଦୁର୍ଗତି ମାଧ୍ୟମରେ ପାକିସ୍ତାନ ସୀମା ପୁନଃନିର୍ଦ୍ଧାରଣ ଉଦ୍ୟମ କରିଥିଲା। ଏହାର କୁତ୍ସିତ ଉଦ୍ୟମକୁ ଭାରତୀୟ ସୁରକ୍ଷା ବଳ ପଣ୍ଡ କରିଦେଇଥିଲା। ଏହି ଯୁଦ୍ଧ ସମୟରେ ସେ କାର୍‌ଗିଲ ଯାଇଥିଲେ ଏବଂ ତାଙ୍କୁ ତୀର୍ଥଯାତ୍ରା କଲାଭଳି ଲାଗିଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶର ସୁରକ୍ଷା ଦୁର୍ଭେଦ୍ୟ ଏବଂ ଏହା ଦୁର୍ଭେଦ୍ୟ ହୋଇ ରହିବ ବୋଲି ପ୍ରଧାନମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri