କାର୍‌ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର, ଗୁଳିଭରା ପିସ୍ତଲ ଜବତ: ୩ ଗିରଫ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଏକ ଆନ୍ତଃରାଜ୍ୟ ଚୋରା ବ୍ରାଉନସୁଗାର ର଼୍ୟାକେଟକୁ ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନେ ବ୍ୟବହାର କରୁଥିବା କାର୍‌ରୁ ୧୩୦ ଗ୍ରାମର ବ୍ରାଉନସୁଗାର, ପିସ୍ତଲ ଓ ଦୁଇ ରାଉଣ୍ଡ୍‌ ଗୁଳି ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ସେକ୍‌ ଆଜବାହାର, ପଶ୍ଚିମବଙ୍ଗ ମେଦିନାପୁର ଜିଲା ମହେଶପୁର ଥାନା ଅଞ୍ଚଳର ସେକ୍‌ ଆଜାଦ ଓରଫ ନାଲୁ ଏବଂ ପୁରୀ ଜିଲା ଚନ୍ଦନପୁର ଥାନା ଅଞ୍ଚଳର ରମାକାନ୍ତ ସାହୁ ଓରଫ ଟୁଲୁ।
ସୂଚନା ମୁତାବକ, ଚୋରା ବ୍ରାଉନସୁଗାର କାରବାର ନେଇ ଏସଟିଏଫ୍‌କୁ ସୋମବାର ଖବର ମିଳିଥିଲା। ର଼୍ୟାକେଟକୁ ଧରିବା ପାଇଁ ଏସଟିଏଫ୍‌ ଅଧିକାରୀ ଆଲୋକ କୁମାର ଜେନାଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ସଜାଗ ରହିଥିଲା। ଖୋର୍ଦ୍ଧା ପିତାପଲ୍ଲୀ ପୁରୁଣା ଟୋଲ୍‌ପ୍ଲାଜା ନିକଟରେ ସନ୍ଦେହଜନକ ଅବସ୍ଥାରେ ଯାଉଥିବା ବେଳେ ଓଡି୦୨ ଏ୩୭୧୨ ନମ୍ବର ବିଶିଷ୍ଟ କାରକୁ ଏସଟିଏଫ ଟିମ୍‌ ଅଟକାଇବା ସହ ସଦସ୍ୟମାନେ ଚାରିପଟୁ ଘେରି ଯାଇଥିଲେ। ସେଥିରେ ଥିବା ୩ଜଣଙ୍କୁ ଯାଞ୍ଚ କରାଯାଇଥିଲା। ଆଜବାହାରଙ୍କ ନିକଟରୁ ୫୦ ଗ୍ରାମ, ନାଲୁ ନିକଟରୁ ୩୦ ଗ୍ରାମ ଏବଂ ଟୁଲୁ ନିକଟରୁ ୨୦ ଗ୍ରାମ ବ୍ରାଉନସୁଗାର ମିଳିଥିଲା। କାର୍‌କୁ ଯାଞ୍ଚ କରିବା ପରେ ଲୁଚାଇ ରଖାଯାଇଥିବା ବନ୍ଧୁକ ଓ ଗୁଳିକୁ ଜବତ କରାଯାଇଥିଲା। ଏ ନେଇ ଏସ୍‌ଟିଏଫ ୧୨/୧୯ରେ ଏକ ମାମଲା ରୁଜୁ କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ପରେ କୋର୍ଟ ଚାଲାଣ କରିଛି। ଜାମିନ ଖାରଜ ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?