କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି। କାରଣ କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରୁଥିବା ସମୟରେ ଡାକ୍ତର ଓ ନର୍ସଙ୍କୁ ସଂକ୍ରମଣ ହେବାର ଭୟ ଅଧିକ ରହୁଛି। ତେଣୁ ନିଜ ପରିବାର ଲୋକଙ୍କୁ ସଂକ୍ରମଣରୁ ବଞ୍ଚେଇ ରଖିବା ପାଇଁ ସେମାନେ ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରୁଛନ୍ତି। ବିଶେଷ କଥା ହେଲା ଏଭଳି ସ୍ଥିତିରେ କେତେକ ଡାକ୍ତର ଓ ନର୍ସ ଘରକୁ ଯାଉ ନ ଥିବା ଜଣାପଡ଼ିଛି। ଇତିମଧ୍ୟରେ ମଧ୍ୟପ୍ରଦେଶର ଭୋପାଳରେ କିଛି ଏଭଳି ଘଟଣା ସାମ୍ନାକୁ ଆସିଛି। ଭୋପାଳର ଜେପି ହସ୍ପିଟାଲରେ କାର୍ଯ୍ୟରତ ଥିବା ଡାକ୍ତର ସଚିନ କରୋନା ସଂକ୍ରମଣରୁ ନିଜ ଘର ଲୋକଙ୍କୁ ଦୂରେଇ ରଖିବା ପାଇଁ ନିଜ କାର୍‌ରେ ଜୀବନ ବିତାଉଥିବା ଦେଖିବାକୁ ମିଳିଛି। ସେ ନିଜ କାର୍‌କୁ ଏକପ୍ରକାର ଘରରେ ପରିଣତ କରିଦେଇଛନ୍ତି। ସୂଚନାଯୋଗ୍ୟ, ସଚିନ ଯେଉଁ ହସ୍ପିଟାରେ କାର୍ଯ୍ୟ କରୁଛନ୍ତି ସେଠାରେ କୋଭିଡ-୧୯ ରୋଗୀଙ୍କ ଚିକିତ୍ସା କରାଯାଉଛି। ରୋଗୀଙ୍କ ଚିକିତ୍ସା କରୁଥିବା ସମୟରେ ଡାକ୍ତର ଓ ନର୍ସଙ୍କୁ ସଂକ୍ରମଣ ହେବାର ଭୟ ରହିଛି। ତେଣୁ ସଚିନ ନିଜ ପରିବାର ଲୋକଙ୍କୁ ସୁରକ୍ଷିତ କରିବାକୁ ଯାଇ କାର୍‌ରେ ରହୁଥିବା ଜଣାପଡ଼ିଛି। ସେଠାରେ ସେ ରହିବା, ଶୋଇବା ସହ ଅନ୍ୟାନ୍ୟ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସମୟରେ ଦେଶ ଯେଉଁ ସଙ୍କଟ ଦେଇ କରୁଛି ସେଠାରେ ସଚିନଙ୍କ ଭଳି ଯୋଦ୍ଧାଙ୍କର ସାହସିକତା ଓ ତ୍ୟାଗ ଅତ୍ୟନ୍ତ ପ୍ରଶଂସନୀୟ। ସଚିନଙ୍କ ଏଭଳି କାର୍ଯ୍ୟକୁ ସବୁ ମହଲରେ ପ୍ରଶଂସା କରାଯାଇଥିବା ବେଳେ ଏହା ସମାଜ ପାଇଁ ଏକ ବାର୍ତ୍ତା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ...

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨...

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri