କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା: ମିଳିଲା ମେଡିକାଲ ରିପୋର୍ଟ, କେବେ ହଟିବ ପର୍ଦ୍ଦା

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଚଳନ୍ତା କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାର ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ଇତିମଧ୍ୟରେ ଯୁବତୀଙ୍କ ମେଡିକାଲ ରିପୋର୍ଟ ପୋଲିସକୁ ହସ୍ତଗତ ହୋଇଛି। ବଳାକତ୍ାର କରାଯାଇ ନ ଥିବା ନେଇ ସେଥିରେ ଉଲ୍ଲେଖ ରହିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି। ତେବେ ତଦନ୍ତରେ ବାଧା ଉପୁଜିବା କାରଣରୁ ପୋଲିସ ଏ ନେଇ ମୁହଁ ଖୋଲିବାକୁ ଚାହୁଁ ନ ଥିବାରୁ ଉକ୍ତ ରିପୋର୍ଟରେ ହିଁ ରହସ୍ୟ ଲୁଚି ରହିଥିବା ଜଣାପଡ଼ିଛି। କାରଣ ପୋଲିସକୁ ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ମେଡିକାଲ ରିପୋର୍ଟ ମିଳିଥିଲେ ମଧ୍ୟ ଥାନାରେ ୩ଦିନ ହେବ ଅଟକ ଥିବା କାର୍‌ ଚାଳକଙ୍କୁ କୋର୍ଟଚାଲାଣ କରାଯାଉନି କି ଛଡ଼ାଯାଉ ନ ଥିବାରୁ ଘଟଣାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ବଳାତ୍କାର କରାଯାଇଥିବା ମେଡିକାଲ ରିପୋର୍ଟରେ ଉଲ୍ଲେଖ ରହିଥିଲେ ତୁରନ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥାନ୍ତା। ଜଣେ ପୋଲିସ ଅଧିକାରୀ ନାମ ଗୋପନ ରଖି କହିଛନ୍ତି, ଯୁବତୀଙ୍କ ଅଭିଯୋଗର ସତ୍ୟତା ନାହିଁ। ହେଲେ କିଭଳି ସେ କାର୍‌ରୁ ପଡିଲେ ତାହାର ତଦନ୍ତ କରାଯାଉଛି। ଏଠାରେ ପ୍ରଶ୍ନ ଉଠୁଛି, ଯୁବତୀ ଜଣକ କ’ଣ ପାଇଁ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ଅନ୍ୟପକ୍ଷରେ ଘଟଣାଦିନ ଉକ୍ତ କାର୍‌ରେ ଆଉ ଜଣେ ମଧ୍ୟ ବଳାତ୍କାର କରିଥିବା ଯୁବତୀ ତାଙ୍କ ବୟାନରେ କହିଥିଲେ। ହେଲେ ଏହି ଦ୍ୱିତୀୟ ବ୍ୟକ୍ତି ଜଣକ କିଏ ତାହା ଏପର୍ଯ୍ୟନ୍ତ ଜଣାପଡିନି। ଏପରି କି ପୋଲିସ ଯୁବତୀଙ୍କ ସିଡିଆର୍‌କୁ ଯାଞ୍ଚ କରିବା ପରେ ସେ ପୂର୍ବରୁ ଉକ୍ତ କାର ଚାଳକଙ୍କ ସହ ବହୁଥର କଥା ହୋଇଛନ୍ତି। ତେଣୁ କେଉଁ କାରଣ ପାଇଁ ଯୁବତୀ ଜଣକ ଏଭଳି ମିଛ ଅଭିଯୋଗ ଆଣିଲେ ତାହା ଉପରୁ ରବିବାର ଡିସିପି ଏକ ଖବରଦାତା ସମ୍ମିଳନୀ କରି ପରଦା ହଟାଇବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri