Posted inଜାତୀୟ

କାର୍‌ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ। ରାସ୍ତାରେ ଯାଉଥିବା ବେଳେ ବ୍ଲାଷ୍ଟିଂର ଏକ ପଥର ଖଣ୍ଡ କାର୍‌ ଛାତକୁ ଭାଙ୍ଗି ବ୍ୟକ୍ତିଙ୍କ ଉପରେ ପଡ଼ିବାରୁ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ବେତୁଲର ଇଣ୍ଡସ୍‌ଇଣ୍ଡ ବ୍ୟାଙ୍କରେ କାର୍ଯ୍ୟରତ ଥିବା ଅଶୋକ ପାଓ୍ବାର(୪୫) ସୋମବାର ୨ କର୍ମଚାରୀଙ୍କ ସହ କାର୍‌ରେ ମୁଲତାଇକୁ ଯାଉଥିଲେ। ବେତୁଲ-ନାଗପୁର ହାଇଓ୍ବେରେ ଅଶୋକ ଯାଉଥିବା ସମୟରେ ନିକଟରେ ଥିବା ଏକ ପଥର କ୍ରଶରରେ ବ୍ଲାଷ୍ଟିଂ କାମ ଚାଲିଥିଲା। ସେହି ବ୍ଲାଷ୍ଟିଂର ଏକ ପଥର ଖଣ୍ଡ ଆସି କାର୍‌ର ଛାତକୁ ଭାଙ୍ଗି ଅଶୋକଙ୍କ ମୁଣ୍ଡରେ ବାଜିଥିଲା। ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨କର୍ମଚାରୀ ଆହତ ହୋଇଛନ୍ତି। ହଠାତ୍‌ ଅଶୋକଙ୍କ ମୃତ୍ୟୁ ହୋଇଯିବାରୁ ପାଖରେ ବସିଥିବା ଅନ୍ୟ କର୍ମଚାରୀ ସଙ୍ଗେ ସଙ୍ଗେ କାର୍‌କୁ ନିଜ ନିୟନ୍ତ୍ରଣକୁ ଆଣି ରାସ୍ତାକଡ଼କୁ ସାଇଟ୍‌ କରିଥିଲେ। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମାମଲା ରୁଜୁ କରିଛି। ଅନ୍ୟପଟେ ବେତୁଲର ଜିଲାପାଳ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବା ସହ ଉକ୍ତ କ୍ରଶରକୁ ସିଲ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ହାଇ-ଏଥାନଲ ପେଟ୍ରୋଲରୁ ଏକ୍ସସାଇଜ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆ (West Asia)ରେ ଜାରି ରହିଥିବା ଯୁଦ୍ଧ ଏବଂ ଉତ୍ତେଜନା କାରଣରୁ ବିଶ୍ୱ ଶକ୍ତି ବଜାର (Global Energy Market)ରେ ସୃଷ୍ଟି ହୋଇଥିବା ହାହାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri