କାର୍‌ ଧକ୍କାରେ ବାଳକ ମୃତ: କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

ରାଇରଙ୍ଗପୁର,୯ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅନ୍ତର୍ଗତ ପାଶନା ଗ୍ରାମରେ ମଙ୍ଗଳବାର ଏକ କାର୍‌ ଦୁର୍ଘଟଣାରେ ଜଣେ ବାଳକଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି ଧାରଣାରେ ବସିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ରେଡକ୍ରସ ପକ୍ଷରୁ ସହାୟତା ପ୍ରଦାନ ପରେ ବୁଧବାର ଧାରଣା ପ୍ରତ୍ୟାହୃତ ହୋଇଛି।
ସୂଚନା ଅନୁଯାୟୀ, ପାଶନା ପ୍ରାଥମିକ ବିଦ୍ୟାଳୟ ପାର୍ଶ୍ୱ ରାସ୍ତାରେ ମଙ୍ଗଳବାର ଅପରାହ୍ନ ୨ଟା ୩୦ରେ ଏକ କାର୍‌ ସେହି ଗ୍ରାମର ବାବୁଲୁ ନାଏକଙ୍କ ପୁଅ ବୁନୁଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ କାର୍‌ ଚାଳକ ଆହତ ବାଳକଙ୍କୁ ଚିକିତ୍ସା ସକାଶେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଖବର ଜାଣିବା ପରେ ଡ୍ରାଇଭର ଭୟରେ ହସ୍ପିଟାଲରୁ ପଳାଇଆସି ରାଇରଙ୍ଗପୁର ଥାନା ପରିସର ତ୍ରୀନାଥ ମନ୍ଦିର ପାର୍ଶ୍ୱରେ କାର୍‌କୁ ଛାଡ଼ି ଫେରାର ହୋଇଯାଇଥିଲେ। ଏନେଇ ଥାନାରେ ଏକ ମାମଲା(ନଂ.୧/୨୦୨୦) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri