ଚିତ୍ରଡା,୨୪ା୧(ଡି.ଏନ୍.ଏ.)- କାର୍ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ମୟୂରଭଞ୍ଜ ଜିଲା ସଦର ଥାନା ଅନ୍ତର୍ଗତ ବାଘୁଆଶୋଳ ଛକରେ ଗୁରୁବାର ରାସ୍ତାରୋକୋ କରାଯାଇଥିଲା। ବାଘୁଆଶୋଳ ଏବଂ ନିଚୁଆପଦା ଗ୍ରାମବାସୀ ପୂର୍ବାହ୍ନ ୧୦ଟାରୁ କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖି ବସି ରହିଥିଲେ। ଫଳରେ ଦୀର୍ଘ ୪ ଘଣ୍ଟା ଧରି ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ବାରିପଦା ସଦର ଥାନା ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।
ଉଲ୍ଲେଖଯୋଗ୍ୟ ଯେ, ବୁଧବାର ରାତିରେ ବାରିପଦା-ଚିତ୍ରଡା ରାସ୍ତାର ବାଘୁଆଶୋଳ ନିକଟରେ ଏକ କାର ସିରିଜ ଦୁର୍ଘଟଣା ଘଟାଇଥିଲା। ସେହି ଦୁର୍ଘଟଣାରେ ନିଚୁଆପଦା ଅଞ୍ଚଳର ମିନା ବେହେରା ଏବଂ ଅନ୍ୟ ଜଣେ ବାଇକ ଆରୋହୀ ଗୁରୁତର ଆହତ ହୋଇ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ମିନାଙ୍କର ମୃତ୍ୟୁ ଘଟିଥିଲା।
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,
ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…
ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ
ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…
ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ
ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…
Archives

