କାର୍‌-ମିଲ୍କଭ୍ୟାନ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୨(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ମହିମା ଛକ ନିକଟ ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ଚେନ୍ନାଇ ଜବାହରନଗରର ରାଜେନ୍ଦ୍ରନ ସିଂ ବୋଲି ଜଣାପଡିଥିବା ବେଳେ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ । ଗୁରୁତରଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟ ପରେ ବୁର୍ଲା ବଡ଼ମେଡିକାଲ ସ୍ଥାନାନ୍ତରିତ କରାଯାଇଛି । ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି। ଦୁର୍ଘଟଣାଗ୍ରସ୍ତ କାର୍‌ (ଓଡି୨୩ଇ୧୮୯୦) ଓ ଏକ ମିଲ୍କଭ୍ୟାନ(ଓଡି୧୬ଏନ୍‌୮୬୧୦)କୁ ପୋଲିସ ଜବତ କରି ତଦନ୍ତ ଚଳାଇଛି।
ସୂଚନାନୁଯାୟୀ, ରାଜେନ୍ଦ୍ରନ କୌଣସି କାର୍ଯ୍ୟରେ ଚେନ୍ନାଇରୁ ବେଲପାହାଡ଼ ଆସିଥିଲେ। ତେବେ ସେଠାରୁ କାର୍ଯ୍ୟସାରି ସେ କାର୍‌ ଯୋଗେ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ମିଲ୍କଭ୍ୟାନ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ କାର୍‌ରେ ଥିବା ରାଜେନ୍ଦ୍ରନ ଓ କାର୍‌ ଚାଳକ ଗୁରୁତର ହୋଇଥିଲେ। ଖବରପାଇ ବେଲପାହାଡ଼ ଥାନା ପୋଲିସ ଓ ସ୍ଥାନୀୟ ଯୁବକମାନେ ପହଞ୍ଚି କାର୍‌ରୁ ଉଭୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ରାସ୍ତାରେ ରାଜେନ୍ଦ୍ରନଙ୍କ ମୃତ୍ୟୁ ଘଟିଥିଲା। ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ସ୍ବାସ୍ଥ୍ୟକେନ୍ଦ୍ର ସୂତ୍ରରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri