କାଲିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ ପ୍ରକାଶ ପାଇଛି। ଏହି ଛାତ୍ରୀଛାତ୍ରମାନେ ୧୮ରୁ ୨୭ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ସେହିପରି ସପ୍ତମ, ଅଷ୍ଟମ, ନବମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ର ବା ଲାଟେରାଲ ଏଣ୍ଟ୍ରି ଛାତ୍ରୀଛାତ୍ରମାନେ ଏହି ସମୟ ମଧ୍ୟରେ ନାମ ଲେଖାଇବେ। ଓ୍ବେଟିଂ ଲିଷ୍ଟରେ ଯେଉଁମାନେ ଥିବେ ସେମାନେ ୨୯ରୁ ଜୁଲାଇ ୪ ଭିତରେ ନାମ ଲେଖାଇବେ। ଜୁଲାଇ ୧୫ ସୁଦ୍ଧା ସମସ୍ତ ନାମଲେଖା ଶେଷ ହେବ। ନାମଲେଖା ପ୍ରକ୍ରିୟା ସବୁ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ଚାଲିବ। ଆବଶ୍ୟକ ପଡ଼ିଲେ ନାମଲେଖା ପାଇଁ ବିଦ୍ୟାଳୟ ଅଧ୍ୟକ୍ଷ ଦୁଇଟି ପୃଥକ ହଲ୍‌ ବ୍ୟବସ୍ଥା କରିପାରିବେ ବୋଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri