କାଲିଠୁ ଚାଲିବନି ବସ୍‌:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଉ ଏକ ବଡ଼ କଟକଣା ଲଗାଇଛନ୍ତି ରାଜ୍ୟସରକାର। ମଙ୍ଗଳବାର ଅର୍ଥାତ୍‌ ୨୪ ତାରିଖ ପୂର୍ବାହ୍ନ ୧୧ଟାଠାରୁ ସମସ୍ତ ଯାତ୍ରୀବାହୀ ବସ୍‌ ଚଳାଚଳ ବନ୍ଦ ରହିବ। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହି ନିୟମ ଜାରି ରହିବ। ସେହିପରି ସମସ୍ତ ସହରାଞ୍ଚଳରେ ମଧ୍ୟରାତ୍ରିରୁ ସିଟି ବସ୍‌ ସେବା ବନ୍ଦ ରହିବ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ସେପଟେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏହି କଟକଣା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ ହୋଇଥିଲା। ଟେକ୍‌ ହୋମ୍‌ ରାଶନ୍‌ ବାବଦରେ ଛତୁଆ, ଲଡ଼ୁ ଆଦି ଶୁଖିଲା ଖାଦ୍ୟ ୬ ମାସରୁ ୩ ବର୍ଷର ଶିଶୁ, ଗର୍ଭବତୀ ଏବଂ ପ୍ରସୂତୀ ମହିଳାମାନଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀ ବା ସହାୟିକାମାନେ ସେମାନଙ୍କ ଘରେ ପହଞ୍ଚାଇବେ। ସେହିଭଳି ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କୁ ସକାଳ ଜଳଖିଆ ଏବଂ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବାବଦକୁ ଶୁଖିଲା ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଇ ଦିଆଯିବ। ପ୍ରତ୍ୟେକ ପରିବାରକୁ ପ୍ରତି ସପ୍ତାହରେ ଅଣ୍ଡା ମଧ୍ୟ ଦିଆଯିବ। ଛତୁଆ ପ୍ରସ୍ତୁତକାରୀ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାମାନେ ସାମାଜିକ ଦୂରତ୍ୱ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଆବଶ୍ୟକ ପ୍ରୋଟୋକଲ୍‌ ନିଶ୍ଚୟ ପାଳନ କରିବାକୁ କୁହାଯାଇଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି।
ଲକ୍‌ଡାଉନ୍‌ ଘୋଷିତ ଅଞ୍ଚଳରେ ଅବସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ଛାତ୍ରାବାସଗୁଡ଼ିକରେ ଆସନ୍ତା ୨୫ ତାରିଖ ସନ୍ଧ୍ୟା ୬ଟା ସୁଦ୍ଧା ସ୍କଲାରସିପ୍‌ ଟଙ୍କା ଅଗ୍ରୀମ ବଣ୍ଟନ କାର୍ଯ୍ୟ ଶେଷ ହେବ। ଏଥିସହିତ ଏହି ସମୟ ମଧ୍ୟରେ ଅନ୍ତେବାସୀମାନଙ୍କୁ ସେମାନଙ୍କ ମାତାପିତା ବା ଅଭିଭାବକ ବା ପ୍ରତିନିଧିମାନେ ଛାତ୍ରାବାସରୁ ସାଥିରେ ଘରକୁ ନେଇଯିବେ। ଏଥିପାଇଁ ସେମାନେ ନିଜେ ବେସରକାରୀ ଗାଡ଼ିର ବନ୍ଦୋବସ୍ତ କରିବେ। ସେମାନଙ୍କୁ ସମ୍ପୃକ୍ତ ପ୍ରଧାନଶିକ୍ଷକ ବା ଶିକ୍ଷକମାନେ ଏକ ପ୍ରମାଣପତ୍ର ଦେବେ। ପ୍ରମାଣପତ୍ରରେ ଉକ୍ତ ଯାନଟି ପିଲାମାନଙ୍କୁ ଘରକୁ ନେବା ପାଇଁ ବ୍ୟବହୃତ ହୋଇଛି ବୋଲି ଦର୍ଶାଯାଇଥିବ। ଫଳରେ ଲକ୍‌ଡାଉନ୍‌ ସମୟରେ ଯାନବାହନ ଚଳାଚଳ କଟକଣାରୁ ସେହି ଯାନଗୁଡ଼ିକ ମୁକ୍ତ ରହିବ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?