କାଲିମେଳା ବ୍ଲକରେ ବଢ଼ିଚାଲିଛି କିଡ୍‌ନୀ ରୋଗ

କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍‌ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇ ବହୁ ଲୋକ ମୃତ୍ୟୁବରଣ କରିସାରିଲେଣି। ରବିବାର ମଧ୍ୟ କାଲିମେଳା ବ୍ଲକ ଅନ୍ତର୍ଗତ ନାଲାଗୁଣ୍ଠି ପଞ୍ଚାୟତ ଏମଭି-୭୨ ଗ୍ରାମରେ କଣେ କିଡ୍‌ନୀ ରୋଗୀଙ୍କ ଆକସ୍ମିକ ମୃତ୍ୟୁ ହୋଇଛି ା ମୃତକ ହେଉଛନ୍ତି ଏମଭି-୭୨ ଗ୍ରାମର ମନ୍ମଥ ହାଉଲଦାର (୪୮)। ପରିବାର ଲୋକଙ୍କ ସୂଚନା ଅନୁଯାୟୀ ମନ୍ମଥ ଆଜକୁ ୩ ବର୍ଷ ଧରି କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ ା କାଲିମେଳା,ମାଲକାନଗିରି ଭଦ୍ରାଚଳମ ଆଦି ସ୍ଥାନରେ ପରିବାର ଲୋକେ ତାଙ୍କର ଚିକିତ୍ସା କରାଇଥିଲେ ମଧ୍ୟ ରୋଗ ଭଲ ହୋଇ ନ ଥିଲା। ନିକଟରେ ସେ ଗୁଣ୍ଠୁରସ୍ଥିତ ଅଶ୍ୱନୀ ହସପିଟାଲରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ରବିବାର ଦିନ ୨ଟାରେ ଘରେ ଥିବା ସମୟରେ ହଠାତ୍‌ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଛି ା ମନ୍ମଥଙ୍କ ୨ଟିଯାକ କିଡ୍‌ନୀ ଖରାପ ଥିଲା । ସୂଚନାଯୋଗ୍ୟ ଯେ, ଉକ୍ତ ଗ୍ରାମରେ ଗତ ୫ ବର୍ଷ ମଧ୍ୟରେ ୨୫ରୁ ଉର୍ଦ୍ଧ୍ୱ ଲୋକଙ୍କ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଲାଣି। ଏବେ ମଧ୍ୟ ଗ୍ରାମରେ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ବିଭିନ୍ନ ସ୍ଥାନରେ ଚିକିତ୍ସିତ ହେଉଛନ୍ତି ା ମନ୍ମଥଙ୍କ ମୃତ୍ୟୁ ପରେ ସ୍ତ୍ରୀ ଟୁଲଟୁଲି ହାଉଲଦାର ଦୁଃଖରେ ଭାଙ୍ଗି ପଡିଛନ୍ତି ା ତାଙ୍କର କୌଣସି ସନ୍ତାନ ନାହାନ୍ତି। ସେ କେମିତି ଚଳିବେ ଚିନ୍ତାରେ ପଡିଛନ୍ତି ା ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri