କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

କୁଆମରା, ୨୬।୪(ଡି.ଏନ.ଏ.)-ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କାଳ ବୈଶାଖୀ ତାଣ୍ଡବ ରଚିଛି ଗୋପବନ୍ଧୁ ନଗର ବ୍ଲକରେ। ପବନ ସାଙ୍ଗକୁ କୁଆପଥର ମାଡ ଓ ମୂଷଳ ଧାରାରେ ବର୍ଷା ଜନ ଜୀବନ ଅସ୍ତବ୍ୟସ୍ତ କରିପକାଇଛି। ସ୍ବାଭାବିକ ଜୀବନ ଯାତ୍ରା ପ୍ରଭାବିତ ହୋଇ ପଡିଛି। ଘଣ୍ଟା ପ୍ରତି ୭୦ରୁ ୮୦ କି.ମି. ବେଗରେ ପବନ ବହିବା ଯୋଗୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷତି ଘଟାଇଛି। ବହୁ ବିଦ୍ୟୁତ୍‌ ଖୁଣ୍ଟି ଉପୁଡ଼ି ପଡିବା ଓ ତାର ଛିଡିବା ଯୋଗୁଁ ତିନି ଦିନ ହେଲା ବିଦ୍ୟୁତ ସରବରାହ ବନ୍ଦ ହୋଇ ପଡିଛି। ବଡ ବଡ ଗଛ ଗୁଡିକ ରାସ୍ତାଘାଟରେ ପଡିଥିବା ବେଳେ ପୁରୁଣା ବାରିପଦା ଅଗ୍ନିଶମ ବିଭାଗ ପହଞ୍ଚି ରାସ୍ତା ସଫା କରୁଛନ୍ତି। ୩/୪ ଇଞ୍ଚ ବହଳରେ କୁଆପଥର ବିଛାଡି ପଡିବା ଯୋଗୁଁ ରବି ଋତୁରେ ଚାଷ ହୋଇଥିବା ପାଚିଲା ଧାନ ଝଡି ତଳେ ପଡିଛି। ଯାହା ଚାଷୀର ମେରୁଦଣ୍ଡ ଭାଙ୍ଗି ଯାଇଛି। ସେହିପରି ପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri