କାଳବୈଶାଖୀରେ ୭୪୪ ଘର ଭାଙ୍ଗିଛି

ମନମୁଣ୍ଡା,୯।୫ (ଡି.ଏନ.ଏ.)-ନିକଟରେ ହୋଇଥିବା କାଳବୈଶାଖୀରେ ବୌଦ୍ଧ ଜିଲାର ବିଭିନ୍ନ ଅଞ୍ଚଳରେ ୭୪୪ ଜଣଙ୍କ ଘର ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ବିପନ୍ନ ଲୋକେ ଖୋଲା ଆକାଶ ତଳେ ପଡି ରହି ଅତି ଦୟନୀୟ ଭାବେ ଦିନ କାଟୁଛନ୍ତି। କଣ୍ଟାମାଳ ତହସିଲ ତଥା ବ୍ଲକର ଅନେକ ବ୍ୟକ୍ତିଙ୍କ ଘର ଛପର ଉଡିଯାଇଛି। ମନମୁଣ୍ଡା ଡାକ୍ତରଖାନାରେ ଗଛ ଓ ବିଦ୍ୟୁତ ଖୁଣ୍ଟ ପଡିଛି। ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଗଛ ପଡି କ୍ଷୟକ୍ଷତି ଘଟିଛି । କାଳବୈଶାଖୀ ପ୍ରଭାବରେ ଏହି ଅଞ୍ଚଳରେ ଶତାଧିକ ଗଛ ଉପୁଡି ପଡିଛି। ମନମୁଣ୍ଡା, ମହୁଲବାହାଲି, ଗୁଡଭେଲିପଦର, ଶୁଣ୍ଢିପଦର, ଘିକୁଣ୍ଡି, ଖଟଖଟିଆ ଅଞ୍ଚଳରେ ମଧ୍ୟ ବହୁ ଲୋକଙ୍କ ଘର ଛପର ଉଡି ଯାଇଛି। କ୍ଷତିଗ୍ରସ୍ତ ପରିବାର ସଦସ୍ୟ କିଏ ଅନ୍ୟ ବାରଣ୍ଡାରେ ତ ଆଉ କିଏ ଖୋଲା ଆକାଶ ତଳେ ପଡି ରହିଛନ୍ତି। ଅଦ୍ୟାବଧି ପ୍ରଶାସନ ତରଫରୁ ସେମାନଙ୍କୁ ପାଲ ଖଣ୍ଡିଏ ମଧ୍ୟ ଦିଆଯାଇ ନାହିଁ । ବୌଦ୍ଧ ତହସିଲଦାରଙ୍କ ସୂତ୍ରରୁ ୭୪୪ ଜଣଙ୍କ ଘର ଭାଙ୍ଗିଥିବା ଜାଣିବାକୁ ମିଳିଛି। ପ୍ରଶାସନ ଏହି କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ସାହାଯ୍ୟ ଯୋଗାଇ ଦେବାକୁ ଭାଜପା ରାଜ୍ୟ ଯୁବ ସମ୍ପାଦକ ଓମ୍‌ପ୍ରକାଶ ମିଶ୍ର ଏବଂ ମନମୁଣ୍ଡା ମଣ୍ଡଳ ସଭାପତି ନିରଞ୍ଜନ କର୍ଣ୍ଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri