କାଳବୈଶାଖୀରେ ୭୪୪ ଘର ଭାଙ୍ଗିଛି

ମନମୁଣ୍ଡା,୯।୫ (ଡି.ଏନ.ଏ.)-ନିକଟରେ ହୋଇଥିବା କାଳବୈଶାଖୀରେ ବୌଦ୍ଧ ଜିଲାର ବିଭିନ୍ନ ଅଞ୍ଚଳରେ ୭୪୪ ଜଣଙ୍କ ଘର ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ବିପନ୍ନ ଲୋକେ ଖୋଲା ଆକାଶ ତଳେ ପଡି ରହି ଅତି ଦୟନୀୟ ଭାବେ ଦିନ କାଟୁଛନ୍ତି। କଣ୍ଟାମାଳ ତହସିଲ ତଥା ବ୍ଲକର ଅନେକ ବ୍ୟକ୍ତିଙ୍କ ଘର ଛପର ଉଡିଯାଇଛି। ମନମୁଣ୍ଡା ଡାକ୍ତରଖାନାରେ ଗଛ ଓ ବିଦ୍ୟୁତ ଖୁଣ୍ଟ ପଡିଛି। ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଗଛ ପଡି କ୍ଷୟକ୍ଷତି ଘଟିଛି । କାଳବୈଶାଖୀ ପ୍ରଭାବରେ ଏହି ଅଞ୍ଚଳରେ ଶତାଧିକ ଗଛ ଉପୁଡି ପଡିଛି। ମନମୁଣ୍ଡା, ମହୁଲବାହାଲି, ଗୁଡଭେଲିପଦର, ଶୁଣ୍ଢିପଦର, ଘିକୁଣ୍ଡି, ଖଟଖଟିଆ ଅଞ୍ଚଳରେ ମଧ୍ୟ ବହୁ ଲୋକଙ୍କ ଘର ଛପର ଉଡି ଯାଇଛି। କ୍ଷତିଗ୍ରସ୍ତ ପରିବାର ସଦସ୍ୟ କିଏ ଅନ୍ୟ ବାରଣ୍ଡାରେ ତ ଆଉ କିଏ ଖୋଲା ଆକାଶ ତଳେ ପଡି ରହିଛନ୍ତି। ଅଦ୍ୟାବଧି ପ୍ରଶାସନ ତରଫରୁ ସେମାନଙ୍କୁ ପାଲ ଖଣ୍ଡିଏ ମଧ୍ୟ ଦିଆଯାଇ ନାହିଁ । ବୌଦ୍ଧ ତହସିଲଦାରଙ୍କ ସୂତ୍ରରୁ ୭୪୪ ଜଣଙ୍କ ଘର ଭାଙ୍ଗିଥିବା ଜାଣିବାକୁ ମିଳିଛି। ପ୍ରଶାସନ ଏହି କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ସାହାଯ୍ୟ ଯୋଗାଇ ଦେବାକୁ ଭାଜପା ରାଜ୍ୟ ଯୁବ ସମ୍ପାଦକ ଓମ୍‌ପ୍ରକାଶ ମିଶ୍ର ଏବଂ ମନମୁଣ୍ଡା ମଣ୍ଡଳ ସଭାପତି ନିରଞ୍ଜନ କର୍ଣ୍ଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri