କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ କ୍ଷତିରେ ଥିବା ବେଳେ ଏବେ କୁଆପଥର ବର୍ଷା ଚିନ୍ତାରେ ପକାଇଛି। ଋଣ ଆଣି ଚାଷ କରିଥିବା ଚାଷୀ ଏହାକୁ କିପରି ପରିଶୋଧ କରିବେ ସେ ନେଇ ନିରାଶ ହୋଇପଡିଛନ୍ତି।
ସର୍ବମୋଟ ୧୨୨୬ ହେକ୍ଟର ଧାନ, ୧୬୪ ହେକ୍ଟର ତୈଳବୀଜ ଓ ୫୦୬୮ ହେକ୍ଟର ଜମିରେ ପନିପରିବା ଚାଷ କରାଯାଇଥିଲା। ଗତ ୨୮ତାରିଖ ସୁଦ୍ଧା କୃଷିବିଭାଗ ପକ୍ଷରୁ କରାଯାଇଥିବା ଆକଳନ ଅନୁସାରେ ସର୍ବମୋଟ ୫୨.୨ ହେକ୍ଟର ଧାନ ଚାଷ ପ୍ରଭାବିତ ହୋଇଥିବା ବେଳେ ୧୩୮.୪ ହେକ୍ଟର ପନିପରିବା ଚାଷ କ୍ଷତିଗ୍ରସ୍ତ ହୋଇଛି। ଏହି କୃଷି ଜିଲା ଅଧୀନରେ ଯୋଡ଼ା, ଚମ୍ପୁଆ ଓ ଝୁମ୍ପୁରା ୩ଗୋଟି ବ୍ଲକ ରହିଥିବା ବେଳେ ଚମ୍ପୁଆ ବ୍ଲକରେ ଅଧିକ କ୍ଷୟକ୍ଷତି ହୋଇଛି। ସୂଚନା ଅନୁସାରେ ଚଳିତ ଋତୁରେ ଚମ୍ପୁଆ ବ୍ଲକରେ ଧାନ ୮୩୫ ହେକ୍ଟର, ତୈଳବୀଜ ୭୨ ହେକ୍ଟର, ପନିପରିବା ୨୪୧୬ ହେକ୍ଟର ଚାଷ କରାଯିବା ସହ ଝୁମ୍ପୁରା ବ୍ଲକରେ ୧୦୬ ହେକ୍ଟର ଧାନ, ୪୫ ହେକ୍ଟର ତୈଳବୀଜ ଓ ୧୮୩୫ ହେକ୍ଟର ପନିପରିବା ଚାଷ କରାଯାଇଛି। ସେହିପରି ଯୋଡା ବ୍ଲକରେ ୨୮୫ ହେକ୍ଟର ଧାନ, ୪୭ ହେକ୍ଟର ତୈଳବୀଜ ଓ ୮୧୭ ହେକ୍ଟର ପନିପରିବା ଚାଷ କରାଯାଇଛି। ଚମ୍ପୁଆ ବ୍ଲକରେ ୫୨.୨ ହେକ୍ଟର ଧାନଚାଷ କ୍ଷତିଗ୍ରସ୍ତ ହୋଇଥିବା ବେଳେ ୧୨୦.୯ ହେକ୍ଟର ପନିପରିବା ସହିତ ଝୁମ୍ପୁରା ବ୍ଲକରେ୧୭.୫ ପନିପରିବା ନଷ୍ଟ ହୋଇଛି। ୧୫ଟି ପଞ୍ଚାୟତ ସହିତ ସହରାଞ୍ଚଳର ଏହି ଚାଷ କ୍ଷତିଗ୍ରସ୍ତ ହୋଇଛି। ଚମ୍ପୁଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ହେକ୍ଟର ହେକ୍ଟର ପରିବା ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତି ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri