କାଳବୈଶାଖୀ ପ୍ରଭାବରେ ବ୍ରହ୍ମପୁରରେ ଘଡଘଡି ବର୍ଷା

ବ୍ରହ୍ମପୁର ଅଫିସ,୩ା୬-ଗଞ୍ଜାମ ଜିଲାରେ ରବିବାର କାଳବୈଶାଖୀ ହୋଇଛି। ଏହାର ପ୍ରଭାବରେ ସନ୍ଧ୍ୟାରେ ବ୍ରହ୍ମପୁର ସମେତ ଏହାର ଉପକୂଳ ଅଞ୍ଚଳ, ଏବଂ ଜିଲାର ବିିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ଦୀର୍ଘ ଦିନର ତାତିରୁ ସହରବାସୀ ତ୍ରାହି ପାଇଛନ୍ତି।

ଦୁଇମାସ ଧରି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲା। ଏଥିରୁ ବାଦ ପଡି ନ ଥିଲା ରେଶମ ସହର ବ୍ରହ୍ମପୁର। ପ୍ରଚଣ୍ଡ ଖରା ଯୋଗୁ ତାତି, ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିଲାା ଦିନସାରା ପ୍ରଚଣ୍ଡ ଖରା ଯୋଗୁ ବାହାରକୁ ବାହାରିବା ସହରବାସୀଙ୍କ ପାଇଁ ଏକ ପ୍ରକାର ଅସମ୍ଭବ ହୋଇଥିଲା। ରବିବାର ସନ୍ଧ୍ୟାରେ ବ୍ରହ୍ମପୁରରେ କାଳବୈଶାଖୀ ଓ ଘଡ ଘଡି ସହ ବର୍ଷା ହୋଇଛି।

ଗୋପାଳପୁର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ପ୍ରକାରେ, କାଳବୈଶାଖୀ ଆରମ୍ଭ ହୋଇଥିବାରୁ ଏଣିକି ତାପମାତ୍ରା ହ୍ରାସ ପାଇବା ସହ ତାତିରୁ ତ୍ରାହି ମିଳିବ। ତେବେ ଦିନରେ ଖରା ଜାରି ରହିବ। କିନ୍ତୁ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଘଡ ଘଡି ସହ ବର୍ଷା ହେବ। ଏହି ସମୟରେ ୪୦ ରୁ ୪୫ କିମି ବେଗରେ ପବନ ବହିବ ବୋଲି କେନ୍ଦ୍ର ଇନ୍‌ଚାର୍ଜ ଉମାଶଙ୍କର ସାହୁ ସୂଚନା ଦେଇଛନ୍ତି। କାଳବୈଶାଖୀ ପରେ ଆସନ୍ତା ୧୪ ରୁ ୧୫ ତାରିଖ ମଧ୍ୟରେ ମୌସୁମୀ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ତେଣୁ ଚଳିତ ମାସରୁ ଗ୍ରୀଷ୍ମ ତଥା ତାତିର ପ୍ରଭାବ ସମ୍ପୂର୍ଣ୍ଣ ହ୍ରାସ ପାଇପାରେ ବୋଲି ସେ ସୂଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri