କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି

ମନମୁଣ୍ଡା,୨୫।୪(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଯୋଗୀନ୍ଦ୍ରପୁର ପଞ୍ଚାୟତର ଏକାଧିକ ଗ୍ରାମ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତିଗସ୍ତ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇଥିଲା। ଡିମିରିମୁଣ୍ଡାର ଗଣେଶ୍ୱର କହଁର, କୃଷ୍ଣ କହଁର, ମନବୋଧ କହଁର, ଚିତ୍ତରଞ୍ଜନ ପ୍ରଧାନ, ସଦାନନ୍ଦପୁରର ସୁମନ୍ତ ମେହେର, ନବୀନ ମେହେର, ରବିନାରାୟଣ ସ୍ବାଇଁ, ଶ୍ରୀବନ୍ତ ସ୍ବାଇଁ, ଦଶରଥ ମେହେର, ପ୍ରଦୀପ ପ୍ରଧାନ, ମୀନ କୁଦେଇ ଏବଂ ରାବିଡି ଗ୍ରାମର ହୃଷୀକେଶ ମିଶ୍ରଙ୍କ ସମେତ ବହୁ ଲୋକଙ୍କ ଘର ଛପର ଉଡ଼ିଯାଉଛି। କେତେକ ମାଟି ଘର ଭାଙ୍ଗି ଚୁରମାର ହୋଇଯାଇଛି। ଏହି ପରିବାର ସଦସ୍ୟମାନେ ବାସହରା ହୋଇପଡିଥିବା ସ୍ଥାନୀୟ ସରପଞ୍ଚ ବିଦ୍ୟାଧର ମହାକୁଡ କହିଛନ୍ତି। ରାବିଡିର ହୃଷିକେଶ ମିଶ୍ରଙ୍କ ଘରର ବ୍ୟାପକ କ୍ଷତି ଘଟିଛି । ତାଙ୍କ ଘର ଛପର ସମ୍ପୂର୍ଣ୍ଣ ଉଡ଼ି ଯାଇଛି । ବର୍ଷାରେ ସମସ୍ତ ଖାଦ୍ୟ ପଦାର୍ଥ, ଚାଉଳ, ଆସବାବପତ୍ର ନଷ୍ଟ ହୋଇଯାଇଛି । ତଥାପି ପରିବାର ସଦସ୍ୟମାନେ ଏହି ବିପଦରୁ ରକ୍ଷା ପାଇଯାଇଛନ୍ତି। ସରପଞ୍ଚ ମହାକୁଡ, ସାମାଜିକ କର୍ମୀ ପ୍ରହଲ୍ଲାଦ ଭୋଇ ପରିସ୍ଥିତି ଅନୁଧ୍ୟାନ କରିବା ସହିତ ସହଯୋଗର ହାତ ବଢାଇଛନ୍ତି। ପରା ଆରଆଇ ସର୍କଲ କର୍ମଚାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଅଦ୍ୟାବଧି ସେମାନଙ୍କୁ ପ୍ରଶାସନ ତରଫରୁ କୌଣସି ସହାୟତା ପ୍ରଦାନ କରାଯାଇନାହିଁ। କରୋନା ମହାମାରୀ ତଥା ଲକ୍‌ଡାଉନ ସମୟରେ ଏହି ପ୍ରାକୃତିକ ଦୁର୍ବିପାକ ଗ୍ରାମବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri