Posted inରାଜ୍ୟ

କାଳିଆପଡ଼ାଠାରେ ୩ କାର୍‌ ଦୁର୍ଘଟଣାଗ୍ରସ୍ତ: ୭ ଗୁରୁତର

ନୟାଗଡ଼ ଅଫିସ, ୮ା୭: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ଆଡ଼କଟା କାଳିଆପଡ଼ାଠାରେ ସୋମବାର ସକାଳେ ୨ଟି ବରଯାତ୍ରୀ କାର୍‌ ସହ ଅନ୍ୟ ଏକ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ୧୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣଙ୍କ ଅବସ୍ଥା ଗୁରତର ରହିଛି। ସେମାନେ ହେଲେ ଦଶପଲ୍ଲା ହାଟସାହିର ପାଣ୍ଡବ ସ୍ବାଇଁ, ନବ କିଶୋର ପ୍ରଧାନ, ବାଣପୁରର ପ୍ରଶାନ୍ତ ସ୍ବାଇଁ, ଉଲା ବାରିକ, ଚିଲିକାର ରମେଶ ପ୍ରଧାନ, ଭାରତୀ ପ୍ରଧାନ, ଅନ୍ୟ ଜଣଙ୍କ ପରିଚୟ ମିଳିପାରି ନାହିଁ।
ପ୍ରକାଶ ଯେ, ଦଶପଲ୍ଲା ହାଟସାହିରେ ଏକ ବିବାହ କାର୍ଯ୍ୟକ୍ରମ ରହିଥିଲା। ବରଙ୍କ ସମ୍ପର୍କୀୟମାନେ ଦୁଇଟି କାର୍‌ ଯୋଗେ କଣ୍ଟିଲୋ ବିଜିପୁରକୁ ବରଯାତ୍ରୀ ଭାବେ ଯାଇଥିଲେ। ସେଠାରୁ ସେମାନେ ଦଶପଲ୍ଲାକୁ ଫେରୁଥିବା ବେଳେ କାଳିଆପଡ଼ାଠାରେ ଗଣିଆପଟୁ ଆସୁଥିବା ଏକ କାର୍‌ ସେମାନଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ପ୍ରଥମ ବରଯାତ୍ରୀ କାର୍‌କୁ ଧକ୍କା ଦେବାପରେ ପଛରେ ଆସୁଥିବା ଆଉ ଏକ କାର୍‌କୁ ମଧ୍ୟ ଧକ୍କା ହୋଇଥିଲା। ଫଳରେ ୩ଟି ଗାଡ଼ିରେ ଥିବା ୧୨ଜଣ ଆହତ ହୋଇଥିଲେ। ପ୍ରଥମେ ସେମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ୭ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦଶପଲ୍ଲା ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri