କାଳିଆ ଟଙ୍କା ମିଳିବ କହି ଠକେଇ

ଦିଗପହଣ୍ଡି,୬ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତରେ ଜଣେ ମହିଳାଙ୍କୁ କାଳିଆ ଟଙ୍କା ମିଳିବ କହି ଦୁର୍ବୃତ୍ତ ଟଙ୍କା ଓ ସୁନା ଗହଣା ଠକି ନେଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଓଡ଼ସିଙ୍ଗୀ ଗଁାର ଲକ୍ଷ୍ମୀ ରେଡ୍ଡୀ।ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଲକ୍ଷ୍ମୀଙ୍କ ଘରକୁ ଜଣେ ଯୁବକ ଆସି ନିଜକୁ କୃଷି କାର୍ଯ୍ୟାଳୟ କର୍ମଚାରୀ ପରିଚୟ ଦେଇଥିଲେ। ତୁମର କାଳିଆ ଯୋଜନାରେ ୭୦ ହଜାର ଟଙ୍କା ବ୍ୟାଙ୍କକୁ ଆସିଛି। ପ୍ରଥମେ ୧୨ ହଜାର ୫ ଶହ ଟଙ୍କା ଜମା କରିବାକୁ ହେବ। ତୁମର ସୁନା ଅଳଙ୍କାରର ମୂଲ୍ୟ ଓ ଓଜନ ଲେଖାଥିବା ରଶିଦ ଦେବାକୁ ପଡ଼ିବ କହି ନିକଟସ୍ଥ ପଦ୍ମନାଭପୁର ଗ୍ରାମସ୍ଥିତ ଏକ ବ୍ୟାଙ୍କକୁ ବାଇକରେ ବସାଇ ନେଇଥିଲେ। ମହିଳା ଜଣକ ପ୍ରଥମେ ଘରେ ରଖିଥିବା ୫ ହଜାର ଟଙ୍କା ଓ ପରେ ବ୍ୟାଙ୍କ ଜମାଖାତାରୁ ଉଠାଇ ୭ ହଜାର ୫ ଶହ ଟଙ୍କା ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦେଇଥିଲେ। ପରେ ସୁନା ଅଳଙ୍କାର ଓଜନ ଓ ମୂଲ୍ୟ ସମ୍ପର୍କିତ ରଶିଦ ଆବଶ୍ୟକ କହିବାରୁ ମହିଳା ଜଣକ ପିନ୍ଧିଥିବା ସୁନା କାନଫୁଲ ଓଜନ କରି ରଶିଦ ଆଣିବାକୁ ତାଙ୍କୁ ଦେଇଥିଲେ। ଦୁର୍ବୃତ୍ତ ଜଣକ ମହିଳାଙ୍କୁ ଆଧାର କାର୍ଡ ଜେରକ୍ସ ପାଇଁ ନିକଟସ୍ଥ ଦୋକାନକୁ ପଠାଇଥିଲେ। ଜେରକ୍ସ କରି ଫେରିବାବେଳକୁ ଦୁର୍ବୃତ୍ତ ଜଣକ ସେଠାରୁ ବାଇକ ଯୋଗେ ଫେରାର ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପତ୍ତା ନମିଳିବାରୁ ମହିଳା ଜଣକ ଦିଗପହଣ୍ଡି ଥାନାରେ ପହଞ୍ଚତ୍ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri