କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକଙ୍କ ଉଦ୍‌ବେଗ

ଛତ୍ରପୁର,୩୦ା୧(ଡି.ଏନ୍‌.ଏ.) -ଗଞ୍ଜାମ ଜିଲାପରିଷଦ ସାଧାରଣ ଅଧିବେଶନ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ। ବୈଠକ ପ୍ରାରମ୍ଭରୁ ହିଁ ଚାଷୀମାନଙ୍କୁ କାଳିଆ ଯୋଜନାରେ ଟଙ୍କା ମିଳୁ ନ ଥିବା ପ୍ରସଙ୍ଗ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଉଠାଇଥିଲେ। ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀଙ୍କ ସମେତ ଅନ୍ୟ ବିଧାୟିକା, ବିଧାୟକ, ଜିଲାପରିଷଦ ସଭ୍ୟ, ବ୍ଲକ ଅଧ୍ୟକ୍ଷମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏପରିକି ଗଞ୍ଜାମ ଜିଲାରେ କେତେ ଚାଷୀ ଅଛନ୍ତି ତାର ତାଲିକା ମଧ୍ୟ କୃଷି ଉପନିର୍ଦ୍ଦେଶକ ଦେଇପାରି ନ ଥିଲେ। ଏନେଇ ବିଧାୟିକା ବିଧାୟକମାନେ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ମାର୍ଚ୍ଚ ୩୧ରେ ଧାନ କିଣା ସରିବ। ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାର ଚାଷୀମାନଙ୍କ ଠାରୁ ୧,୩୪,୯୯୯.୭୨୬ କୁଇଣ୍ଟାଲ ଧାନ କିଣାଯାଇଛି। ଅପରପକ୍ଷରେ ଜିଲାରେ ଚଳିତ ବର୍ଷ ୧ ଲକ୍ଷ ୩୪ ହଜାର ୪୬୨ ଜଣ ଚାଷୀଙ୍କ ଠାରୁ ମୋଟ ୩,୪୪,୦୨୯.୮୫୦ କୁଇଣ୍ଟାଲ ଧାନ କିଣିବା ପାଇଁ ଟାର୍ଗେଟ ରହିଛି। ଏଥିରୁ ମାତ୍ର ୩୯ ପ୍ରତିଶତ ଲକ୍ଷ୍ୟ ପୂରଣ ହୋଇଛି। ବିଭିନ୍ନ ସ୍ଥାନରେ ଚାଷୀମାନଙ୍କ ଠାରୁ ଧାନ କିଣିବାରେ ବିଳମ୍ବ ହେଉଥିବାରୁ ଆନ୍ଧ୍ର ବେପାରୀଙ୍କୁ ଚାଷୀ କମ୍‌ ଦରରେ ଧାନ ବିକୁଥିବା ଅଭିଯୋଗ ହୋଇଥିଲା। ଟୋକନ୍‌ ବ୍ୟବସ୍ଥା ଯୋଗୁ ଏପରି ଅବ୍ୟବସ୍ଥା ହେଉଥିବା କୁହାଯାଇଥିଲା। ଋଷିକୁଲ୍ୟା ଭୂତଳ ଜଳ ସ୍ତର କମୁଛି ଏବଂ ଉକ୍ତ ଅଞ୍ଚଳରେ ୫୦ ଫୁଟ୍‌ ଖୋଳିଲେ ସାଲାଇନ୍‌ ୱାଟର ବାହାରୁଛି। ଏଣୁ ଋଷିକୁଲ୍ୟା ନଦୀ କଂସାରି ଗଣ୍ଡରେ ବ୍ୟାରେଜ୍‌ ନିର୍ମାଣ କରି ଜଳସେଚନ ଓ ପାନୀୟଜଳ ବ୍ୟବସ୍ଥା କରିବାକୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ପ୍ରସ୍ତାବ ଦେଇଥିଲେ। ବ୍ରହ୍ମପୁର ଓ ଭଞ୍ଜନଗର ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ୨୨୨ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ୭୪ ପ୍ରକଳ୍ପ କାମ ସରିଛି। ଛତ୍ରପୁର ଉପକଣ୍ଠ ରାମଚନ୍ଦ୍ରପୀଠକୁ ଅନେକ ଭକ୍ତ ଓ ପର୍ଯ୍ୟଟକ ଆସୁଛନ୍ତି। ଏଥିପାଇଁ ନୀଳାଦ୍ରିପୁରରେ ଏକ ପାଣି ପ୍ରକଳ୍ପ ସ୍ଥାପନ କରିବାକୁ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ପ୍ରସ୍ତାବ ଦେଇଥିଲେ। ଟ୍ରାକ୍ଟର ମାଲିକ ମାନଙ୍କୁ ଅଧିକା ଜରିମାନା ପଡୁଥିବାନେଇ ବିଧାୟିକା ବିଧାୟକ କହିଥିଲେ। ନିୟମ ଉଲ୍ଲଂଘନ କଲେ ଜରିମାନା ଆଦାୟ ହେବ ବୋଲି ଜିଲାପାଳ କହିଛନ୍ତି। ବାଲି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବା ଗୋପାଳପୁର ବିଧାୟକ ବୈଠକରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପାତ୍ରପୁର, ଧରାକୋଟ ଓ ସୋରଡାଠାରେ ମା’ ଗୃହ ନିର୍ମାଣ ହେବ। ଜିଲାରେ ୫୩୯ ଡାକ୍ତରଙ୍କ ମଧ୍ୟରୁ ୧୯୨ ଡାକ୍ତର ଅଛନ୍ତି। ୩୪୭ ଡାକ୍ତର ପଦବୀ ଖାଲି ରହିଛି। ଏଥିସହ ଜିଲାରେ ୬୩୬ ପଦବୀ ମଧ୍ୟରୁ ୯୬ ଜଣ ନର୍ସ ଅଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍‌ , ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ଚିକିଟି ବିଧାୟିକାଙ୍କ ପ୍ରତିନିଧି ବି. କ୍ରିଷ୍ଣମୂର୍ତ୍ତି, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ସମେତ ବ୍ଲକ ଅଧ୍ୟକ୍ଷ, ଜିଲାପରିଷଦ ସଭ୍ୟ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଡିଆର୍‌ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri