କାଳିଆ ଯୋଜନାରେ ଠକେଇ: ମୁଖ୍ୟ ବିଚାରପତିଙ୍କୁ ପତ୍ର ଲେଖିଲେ ଅକ୍ଷୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଚାଷୀଙ୍କ ଜୀବିକା ସୁରକ୍ଷା ସକାଶେ ରବି ଏବଂ ଖରିଫ ଋତୁରେ ସରକାର ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ସରକାର ଏହି ପ୍ରତିଶ୍ରୁତି ପୂରଣରେ ଖିଲାପ କରିଥିବା ଦର୍ଶାଇ ନବ ନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ତାଙ୍କ ଜଟଣୀ କାର୍ଯ୍ୟାଳୟରେ ୮ ଦିନ ହେଲା ଅନଶନରେ ବସିଛନ୍ତି। ଏନେଇ ଗୁରୁବାର ସେ ହାଇକୋର୍ଟର ମୁଖ୍ୟ ବିଚାରପତି କେ.ଏସ୍‌. ଜାଭେରିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ତାଙ୍କ କହିବା ହେଲା, ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସରକାର ୭୦ଲକ୍ଷ ଚାଷୀ କାଳିଆ ଯୋଜନାରେ ସାମିଲ ହେବେ ଏବଂ ସମସ୍ତେ ସହାୟତା ପାଇବେ, କେହି ବଞ୍ଚିତ ହେବେନାହିଁ ବୋଲି କହିଥିଲେ। କାଳିଆ ଯୋଜନା ବନ୍ଦ ହେବ ନାହିଁ, ନିର୍ବାଚନ ଜିତିବାର ୨୪ଘଣ୍ଟା ମଧ୍ୟରେ ସମସ୍ତଙ୍କ ଆକାଉଣ୍ଟକୁ ଟଙ୍କା ଆସିବ ବୋଲି କହିଥିଲେ। ମାତ୍ର ଏହି ଯୋଜନାରେ ଲାଭ ପାଇବାରୁ ଅନେକ ଚାଷୀ ବଞ୍ଚିତ ହୋଇଥିବା ସେ କହିଛନ୍ତି। ଏନେଇ ସବୁ ଜିଲାରେ ଏସ୍‌ପିଙ୍କ ନିକଟରେ ଏତଲା ଦିଆଯିବା ସହିତ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ମଧ୍ୟ ଦାଏର ହୋଇଛି ବୋଲି କହିଛନ୍ତି। ଅପରପକ୍ଷରେ ଅକ୍ଷୟଙ୍କ ଅନଶନ ଭଙ୍ଗ କରିବା ପାଇଁ ଶାସକ ଦଳର ଦୁଇ ବିଧାୟକ ସୁଶାନ୍ତ ରାଉତ ଏବଂ ଅନନ୍ତ ନାରାୟଣ ଜେନା ଗୁରୁବାର ତାଙ୍କୁ ସାକ୍ଷାତ୍‌ କରି ଆଲୋଚନା କରିଛନ୍ତି। ଅନଶନ ବନ୍ଦ କରିବା ଲାଗି ଉଭୟ ବିଧାୟକ ନିବେଦନ କରିଥିବା ଜଣାପଡିଛି। ହେଲେ କାଳିଆ ଯୋଜନାରୁ ବାଦ୍‌ ଦିଆଯାଇଥିବା ଚାଷୀଙ୍କୁ ଅର୍ଥ ମିଳିବ ବୋଲି ରାଜ୍ୟ ସରକାର ଘୋଷଣା କରିବା ପରେ ସେ ଅନଶନରୁ ଉଠିବେ ବୋଲି ଅକ୍ଷୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri