କାଶିପାଳ ଗ୍ରାମରେ ଅଘଟଣ: ମଦ କାରବାରକୁ ନେଇ ବଚସା, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ଝୁମ୍ପୁରା,୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିପାଳ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ମଦ କାରବାରକୁ ନେଇ ବଚସା ହେବାରୁ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସବିତା ମହାକୁଡ଼।

ସୂଚନାନୁଯାୟୀ, ମଦ ବ୍ୟବସାୟକୁ ନେଇ ଗ୍ରାମର ଅମରେଶ ଓ ସ୍ତ୍ରୀ ସବିତା ମହାକୁଡ଼ଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଅମରେଶ ସବିତାକୁ ମାଡ଼ ମାରିଥିଲେ। ଏଥିରେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ ସଙ୍ଗେସଙ୍ଗେ ଝୁମ୍ପୁରା ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାଦେହ ଜବତ କରିବା ସହ ଅମରେଶଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ସେ ସ୍ତ୍ରୀଙ୍କୁ ମାଡ଼ ମାରିଥିବା ସ୍ବିକାର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri