କାଶୀପୁର ଗସ୍ତ କରି ସ୍ଥିତି ସମୀକ୍ଷା କଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ଭିବ୍ରିଓ କଲେରା ବ୍ୟାପି ୭ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଜିଲାର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ତେବେ ଏହାରି ମଧ୍ୟରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.ନିରଞ୍ଜନ ମିଶ୍ର ଗୁରୁବାର କାଶୀପୁର ଗସ୍ତ କରିଛନ୍ତି। ତାଙ୍କ ସହ ଦକ୍ଷିଣାଞ୍ଚଳ ଆର୍‌ଡିସି ମଧ୍ୟ ସମସ୍ତ ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। କାଶୀପୁର, ଟିକିରି ଓ ଉତ୍କଳ ଆଲୁମିନା ହସ୍ପିଟାଲକୁ ଯାଇ ରୋଗୀଙ୍କ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଝାଡ଼ାବାନ୍ତି ରୋଗ କିପରି ନ ବ୍ୟାପିବ ସେ ସମ୍ପର୍କରେ ସ୍ଥାନୀୟ ବାସିନ୍ଦାଙ୍କୁ ସଚେତନ କରିଛନ୍ତି । ସେହିପରି ଜଳ ଯୋଗାଣ ପ୍ରକଳ୍ପଗୁଡିକୁ ତୁରନ୍ତ ମରାମତି ସହ ନୂତନ ଜଳ ଯୋଗାଣ ପ୍ରକଳ୍ପ କାମସାରିବା ଲାଗି ଆର୍‌ଡିସି ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ୟପଟେ, କଲେରାକୁ ପ୍ରତିହତ କରିବା ଲାଗି କାଶୀପୁର ବ୍ଲକ୍‌ର ସମସ୍ତ ପଞ୍ଚାୟତରେ ଲୋକଙ୍କୁ ସଚେତନ କରାଯାଉଛି। ଅନ୍ୟ ଲୋକମାନେ ଯେମିତି ଆକ୍ରାନ୍ତ ନ ହେବେ ଏବଂ ଚିକିତ୍ସାଧୀନ ଆକ୍ରାନ୍ତ ଯେପରି ଗୁରୁତର ନ ହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri