କାଶ-ନିଶ୍ୱାସପ୍ରଶ୍ୱାସରୁ ବି ଚିହ୍ନଟ ହେବେ କରୋନା ସଂକ୍ରମିତ !

ବେଙ୍ଗାଲୁରୁ,୧୬।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ବେଙ୍ଗାଲୁରୁସ୍ଥିତ ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍‌ସି) ପକ୍ଷରୁ ଏକ ନୂଆ ପ୍ରକାରର ଉପକରଣ ନିର୍ମାଣ କରାଯାଇଛି। ଏହି ଉପକରଣ କାଶ ଏବଂ ନିଶ୍ୱାସପ୍ରଶ୍ୱାସ ଶୈଳୀରୁ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବାକୁ ସକ୍ଷମ ହେବ ବୋଲି ଆଇଆଇଏସ୍‌ସି କହିଛି। ଏହାଦ୍ୱାରା ସ୍ବାସ୍ଥ୍ୟକର୍ମୀମାନଙ୍କୁ ସଂକ୍ରମଣର ଆଶଙ୍କା ରହିବ ନାହିଁ। ଏହି ଉପକରଣ ଦ୍ୱାରା ନିଶ୍ୱାସପ୍ରଶ୍ୱାସ ତରଙ୍ଗ ଏବଂ କାଶରୁ ଏକ ବାୟୋମାର୍କର ପ୍ରସ୍ତୁତ କରାଯିବ। ଏନେଇ ୮ ଜଣ ଗବେଷକ ଗବେଷଣା ଜାରି ରଖିଛନ୍ତି। ନିଶ୍ୱାସପ୍ରଶ୍ୱାସ ତରଙ୍ଗ ଏବଂ କାଶକୁ ୫ ମିନିଟ୍‌ ପର୍ଯ୍ୟନ୍ତ ରେକର୍ଡିଂ କରାଯିବା ପରେ କରୋନା ସଂକ୍ରମଣ ହୋଇଛି କି ନାହିଁ ତାହା ପରୀକ୍ଷା କରାଯିବ। ଗବେଷଣାରୁ ମିଳିଥିବା ଜ୍ଞାନକୁ ପୃଥିବୀର ଅନ୍ୟ ଦେଶର ବୈଜ୍ଞାନିକଙ୍କୁ ଜଣାଇ ଦିଆଯିବ ଯାହାଦ୍ୱାରା କରୋନ ସହିତ ଲଢ଼େଇ କରିବାରେ ସହଜ ହେବ ବୋଲି ଆଇଆଇଏସ୍‌ସିର ପ୍ରଫେସର ଶ୍ରୀରାମ ଗଣପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri