କାଷ୍ଟ ହାଉସ-ବି ବିଶ୍ୱକର୍ମା ପୂଜା ପ୍ରସ୍ତୁତି: ୭ ଦିନ ଚାଲିବ ଅନ୍ନପ୍ରସାଦ ବଣ୍ଟନ

ବଅଁରପାଳ, ୧୨।୯ (ଡି.ଏନ୍‌.ଏ) – ନାଲକୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଆସନ୍ତା ୧୭ ତାରିଖଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମସ୍ତ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି କାର୍ଯ୍ୟ ଚାଲିଛି। ନାଲ୍‌କୋ କାଷ୍ଟ ହାଉସ-ବି ପୂଜା କମିଟି ପକ୍ଷରୁ ପୂଜାକୁ ମନଲୋଭା ଓ ଆକର୍ଷଣୀୟ କରିବା ପାଇଁ କର୍ମକର୍ତ୍ତାମାନେ ପ୍ରସ୍ତୁତି କାର୍ଯ୍ୟରେ ଲାଗିପଡ଼ିଛନ୍ତି। ଚଳିତ ବର୍ଷ ବିଭିନ୍ନ ପୌରାଣିକ କଥାବସ୍ତୁକୁ ଆଧାର କରି ସାଜସଜ୍ଜା ଓ ପୂଜା ମଣ୍ଡପ ନିର୍ମାଣ ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି। ପ୍ୟାଲେସ ସଦୃଶ ତୋରଣ ନିର୍ମାଣ ସହ ପୌରାଣିକ କଥାବସ୍ତୁକୁ ଆଧାର କରି ମେଢ ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣଙ୍କ ଲୀଳା ଉପରେ ଆଧାରିତ ମୂର୍ତ୍ତି ନିର୍ମାଣ କରାଯିବ। ବିଶେଷ କରି ୭ ଦିନ ଧରି ଏଠାରେ ଅନ୍ନପ୍ରସାଦର ବ୍ୟବସ୍ଥା କରାଯାଇଛି। ଖିରି ଖେଚୋଡ଼ିର ମହକ ଛୁଟିବ ବୋଲି ପୂଜା କର୍ମକର୍ତ୍ତା ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ପୂଜା କମିଟିର ସଭାପତି ଶିଶିରକାନ୍ତ ରଥ କୁହନ୍ତି, ପ୍ରତିବର୍ଷ ବିଭିନ୍ନ ଢଙ୍ଗରେ ପୂଜା ମଣ୍ଡପ ତିଆରି କରାଯାଉଛି। ଚଳିତ ବର୍ଷ ବିଭିନ୍ନ ପୌରାଣିକ କଥାବସ୍ତୁ ଆଧାରରେ ମେଢ଼ ଓ ସାଜସଜ୍ଜା କରାଯାଉଛି। ମଣ୍ଡପ ଦର୍ଶକମାନଙ୍କୁ ଆକର୍ଷିତ କରିବ ବୋଲି ଆଶା ବାନ୍ଧିଛୁ। ସମ୍ପାଦକ ପ୍ରକାଶ ବେହେରା କୁହନ୍ତି, ୧୭୦ ଜଣ ସଦସ୍ୟ ଆମ କମିଟିରେ ସାମିଲ ହୋଇଛନ୍ତି। ପ୍ରାୟ ୫ ଲକ୍ଷ ଟଙ୍କା ବଜେଟ୍‌ରେ ପୂଜା ମଣ୍ଡପ ନିର୍ମାଣ କରାଯାଉଛି। ଦର୍ଶକମାନଙ୍କୁ କିଭଳି ବିମୋହିତ କରାଯିବ ସେଥିପାଇଁ ସାଜସଜ୍ଜାର ପ୍ରସ୍ତୁତି କାର୍ଯ୍ୟ କରାଯାଇଛି। ୭ ଦିନ ଧରି ଭକ୍ତମାନଙ୍କ ଉଦ୍ଦେଶ୍ୟରେ ଅନ୍ନପ୍ରସାଦର ବ୍ୟବସ୍ଥା କରାଯାଇଛି। ସଭ୍ୟ ମନୋଜ ସ୍ବାଇଁ ଓ ଟୁନା ସାହୁ କୁହନ୍ତି, ଚଳିତ ବର୍ଷ ନୂତନ ଢାଞ୍ଚାରେ ପୂଜା ମଣ୍ଡପ ନିର୍ମାଣ କରାଯାଇଛି। ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri