Posted inଖେଳ

କାହିଁକି ଦୁଇ ପିଲାର ମା’ଙ୍କୁ ବିବାହ କରିଥିଲେ ଶିଖର ଧାଓ୍ବନ୍‌

ଭାରତୀୟ କ୍ରିକେଟ୍‌ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନ ନିଜ ବ୍ୟାଟିଂ ପାଇଁ ଯେତିକି ଲୋକପ୍ରିୟତା ହାସଲ କରିନାହାନ୍ତି, ତାଙ୍କ ପ୍ରେମ କାହାଣୀକୁ ନେଇ ସେତିକି ଚର୍ଚ୍ଚାରେ ଥାଆନ୍ତି। ଧାଓ୍ବନଙ୍କ ବିବାହ ୨୦୧୨ ଅକ୍ଟୋବର ୩୦ରେ ଅଷ୍ଟ୍ରେଲିଆର ଆୟେଶା ମୁଖାର୍ଜୀଙ୍କ ସହ ହୋଇଥିଲା। ଆୟେଶା ଶିଖର ଧାଓ୍ବନଙ୍କଠାରୁ ୭ ବର୍ଷ ବଡ଼ ଏବଂ ବାହାଘର ପୂର୍ବରୁ ତାଙ୍କର ଦୁଇଟି ସନ୍ତାନ ମଧ୍ୟ ଥିଲେ। ଫେସ୍‌ବୁକ ଜରିଆରେ ଶିଖରଙ୍କ ପ୍ରେମ ସମ୍ପର୍କ ଆୟେଶାଙ୍କ ସହ ଆରମ୍ଭ ହୋଇଥିଲା। ପ୍ରଥମେ ବନ୍ଧୁତା ଏବଂ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଶିଖର କିନ୍ତୁ ଜାଣି ନ ଥିଲେ ଯେ ଆୟେଶା ପୂର୍ବରୁ ବିବାହିତା ଏବଂ ତାଙ୍କର ଦୁଇଟି ପିଲା ଅଛନ୍ତି ବୋଲି । ଯେତେବେଳେ ଶିଖର ତାଙ୍କୁ ନିଜର ଭଲ ପାଇବା କଥା କହିଲେ, ସେତେବେଳେ ଆୟେଶା ତାଙ୍କ ଅତୀତ କଥା ସବୁ କହିଥିଲେ। ଶିଖର ସବୁ କଥା ଶୁଣି ହସିକି କହିଲେ, ତ କ’ଣ ହେଲା? ମୋର ଏଥିରେ କିଛି ଅସୁବିଧା ନାହିଁ। ବିବାହ ପରେ ଧାଓ୍ବନ ଆୟେଶା ଏବଂ ତାଙ୍କ ଦୁଇ ଝିଅକୁ ଆପଣାଇ ନେଇଥିଲେ। ଏବେ ତାଙ୍କର ଏକ ପୁଅ ମଧ୍ୟ ଅଛି। ପେସାରେ ବକ୍ସର ଆୟେଶା ପ୍ରଥମେ ଜଣେ ଅଷ୍ଟ୍ରେଲୀୟ ବ୍ୟବସାୟୀଙ୍କୁ ବିବାହ କରିଥିଲେ। ତେବେ ତାଙ୍କର ଛାଡ଼ପତ୍ର ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri