କାହିଁକି ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର ହୁଏ ବେଶ୍ୟାଳୟର ମାଟି

କୁହାଯାଏ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ମୁଖ୍ୟତଃ ୪ଟି ବସ୍ତୁ ବ୍ୟବହାର କରାଯାଇଥାଏ। ଗୋଟିଏ ହେଲା ଗଙ୍ଗା କୂଳର ମାଟି, ଗୋମୟ, ଗୋମୂତ୍ର ଓ ବେଶ୍ୟାଳୟର ମାଟି। ହେଲେ ଏହି ବେଶ୍ୟାଳୟର ମାଟି କାହିଁକି ବ୍ୟବହାର କରାଯାଏ ତାହା ହୁଏତ ଅନେକଙ୍କୁ ଜଣା ନ ଥିବ। ପରମ୍ପରା କୁହେ ଜଣେ ବେଶ୍ୟା ମା’ ଦୁର୍ଗାଙ୍କର ପରମ ଭକ୍ତ ଥିଲେ। ତାଙ୍କୁ ତିରସ୍କାରରୁ ମୁକ୍ତ କରିବାକୁ ମା’ ନିଜେ ଆଦେଶ ଦେଇଥିଲେ କି ଯେତେବେଳେ ତାଙ୍କର ପ୍ରତିମା ପୂଜା କରିବା ପାଇଁ ନିର୍ମାଣ କରାଯିବ ସେଥିରେ ବେଶ୍ୟାଳୟର ମାଟି ବ୍ୟବହାର କରାଯିବ। ମା’ ଦୁର୍ଗାଙ୍କ ନିର୍ଦ୍ଦେଶକ୍ରମେ ଏହି ପ୍ରଥାକୁ ପାଳନ କରାଯାଇଥାଏ ବୋଲି କୁହାଯାଏ। ଆହୁରି ମଧ୍ୟ କୁହାଯାଏ କି ଯେତେବେଳେ ଜଣେ ବ୍ୟକ୍ତି ବେଶ୍ୟାଳୟ ଯାଇଥାଆନ୍ତି ସେତେବେଳେ ସେ ତାଙ୍କର ପବିତ୍ରତାକୁ ବେଶ୍ୟାଳୟର ଦ୍ୱାରରେ ଛାଡି ଦେଇ ଯାଇଥାଆନ୍ତି। ତାଙ୍କର ସମସ୍ତ ଭଲ କର୍ମ ଓ ଶୁଦ୍ଧତା ବେଶ୍ୟାଳୟ ବାହାରେ ହିଁ ରହିଯାଇଥାଏ। ସେଥିପାଇଁ ବେଶ୍ୟାଳୟର ମାଟିକୁ ମା’ଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର କରାଯାଏ। ଆହୁରି ମଧ୍ୟ କେହି କେହି ମତ ଦିଅନ୍ତି କି ବେଶ୍ୟାବୃତ୍ତି ସବୁଠାରୁ ବଡ ଅପରାଧ। ତେଣୁ ଏମାନଙ୍କୁ ମନ୍ତ୍ର ଉଚ୍ଚାରଣ ମାଧ୍ୟମରେ ମୋକ୍ଷ ପ୍ରାପ୍ତି କରିବାକୁ ବେଶ୍ୟାଳୟର ମାଟିକୁ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର କରାଯାଇଥାଏ। ଆହୁରି ମଧ୍ୟ ବେଶ୍ୟାମାନଙ୍କୁ ସାମାଜର ମୁଖ୍ୟ ଶ୍ରୋତରେ ସାମିଲ କରାଯାଇ ନ ଥାଏ ହେଲେ ଏହି ଦୁର୍ଗାପୂଜା ଅବସରରେ ତାଙ୍କୁ ସମାଜର ମୁଖ୍ୟ ଧାରାରେ ସାମିଲ କରିବାକୁ ଏମିତି ପ୍ରୟାସ କରାଯାଏ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri