କାୟା ବିସ୍ତାର କରୁଛି ଜଣ୍ଡିସ୍‌ : ୨୦ ଆକ୍ରାନ୍ତ

ଉଦଳା,୫ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ନୂଆସାହି ଗ୍ରାମରେ ଜଣ୍ଡିସ୍‌ ଆତଙ୍କ ଦେଖାଦେଇଛି। ଗ୍ରାମର ୨୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗ ଦିନକୁ ଦିନ କାୟା ବିସ୍ତାର କରୁଥିବାରୁ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କେତେକ ଉଦଳା ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ ମଧ୍ୟ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ଆଉ କେତେକ ହୋମିଓପ୍ୟାଥି ଔଷଧ ଖାଉଛନ୍ତି । ବୁଧବାର ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ବି.କେ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବାରିପଦାରୁ ଏକ ୭ ଜଣିଆ ମେଡିକାଲ୍‌ ଟିମ୍‌ ଗ୍ରାମରେ ପହଞ୍ଚତ୍ଥିଲେ। ମେଡିକାଲ ଟିମ୍‌ ଆକ୍ରାନ୍ତଙ୍କ ସହିତ ଆଲୋଚନା କରିବା ସହିତ ସେମାନଙ୍କୁ ଔଷଧ ପ୍ରଦାନ କରିଥିଲେ। ଏହା ସହିତ ଆକ୍ରାନ୍ତଙ୍କ ରକ୍ତ ନମୁନା ଓ ଗ୍ରାମର ନଳକୂପରୁ ପାନୀୟ ଜଳର ନମୁନା ମଧ୍ୟ ସଂଗ୍ରହ କରି ନିଆଯାଇଛି । ଏହା ବ୍ୟତୀତ ଘରେ ପାଣିକୁ ଫୁଟାଇ ପିଇବା ସହିତ ବାହାର ଫାଷ୍ଟଫୁଡ୍‌ ଖାଦ୍ୟ ଖାଇବାକୁ ବାରଣ କରାଯାଇଛି ା ଏସବୁର ପରୀକ୍ଷା କରାଯିବା ପରେ ଜଣ୍ଡିସ୍‌ ବ୍ୟାପିବାର କାରଣ ସ୍ପଷ୍ଟ ହେବ ଏବଂ ଆକ୍ରାନ୍ତଙ୍କୁ ସେହି ଅନୁଯାୟୀ ଚିକିିତ୍ସା କରାଯିବ ବୋଲି ଗ୍ରାମକୁ ଆସିଥିବା ମେଡିକାଲ ଟିମ୍‌ର ଡା. ଅନୁପ ଅଭିଷେକ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri