Posted inଜାତୀୟ

ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌: ଦୌଡ଼ରେ ରାଓ୍ବତ ଆଗରେ; ଧନୋଓ୍ବା ୩ ସେନା ପ୍ରମୁଖଙ୍କ ମଧ୍ୟରେ ବରିଷ୍ଠ

ନୂଆଦିଲ୍ଲୀ,୧୮।୮: ଦେଶ ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌ ପଦବୀରେ କିଏ ବସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଦୌଡ଼ରେ ସ୍ଥଳସେନା ପ୍ରମୁଖ ଜେନେରାଲ ବିପିନ୍‌ ରାଓ୍ବତ ଆଗରେ ରହିଛନ୍ତି। ତେବେ ଭାରତୀୟ ସ୍ଥଳସେନା, ବାୟୁସେନା ତଥା ନୌସେନା ପ୍ରମୁଖଙ୍କ ମଧ୍ୟରେ ବାୟୁସେନା ପ୍ରମୁଖ ବି.ଏସ୍‌. ଧନୋଓ୍ବା ବରିଷ୍ଠ। ଧନୋଓ୍ବା ସେପ୍ଟେମ୍ବରରେ ଅବସର ନେବେ। ଏହାପରେ ରାଓ୍ବତ ୩ ସେନା ପ୍ରମୁଖଙ୍କ ମଧ୍ୟରେ ବରିଷ୍ଠ ହେବେ। ସେ ଏହି ପଦବୀରେ ୨୦୧୯ ଡିସେମ୍ବର ପର୍ଯ୍ୟନ୍ତ ରହିବେ। ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌ ପଦବୀରେ ନିଯୁକ୍ତି ପାଇଁ ସୁପାରିଶ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟର କମିଟି କରିବେ। ଏହାକୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍‌ କମିଟି ଅନୁମୋଦନ କରିବେ। ନିୟମ ଅନୁସାରେ ୩ ସେନା ପ୍ରମୁଖଙ୍କ ମଧ୍ୟରେ ବରିଷ୍ଠଙ୍କୁ ଏହି ପଦବୀ ମିଳିବ। ଧନୋଓ୍ବା ୧୯୭୮ ଜୁନ୍‌ରେ କମିଶନ ଅଫିସର ଭାବେ ନିଯୁକ୍ତ ହୋଇଥିଲେ। ୨୦୧୭ ଜାନୁୟାରୀ ୧ଠାରୁ ସେ ବାୟୁସେନା ପ୍ରମୁଖ ଅଛନ୍ତି। ସେହିପରି ରାଓ୍ବତ ୧୯୭୮ ଡିସେମ୍ବରରେ କମିଶନ ଅଫିସର ହୋଇଥିଲେ। ସେ ୨୦୧୬ ଡିସେମ୍ବର ୩୧ଠାରୁ ସ୍ଥଳସେନା ପ୍ରମୁଖ ଭାବେ କାର୍ଯ୍ୟ କରୁଛନ୍ତି। ଅପରପକ୍ଷରେ ନୌସେନା ପ୍ରମୁଖ ଆଡମିରାଲ କରମବୀର ସିଂ ୧୯୮୦ ଜୁଲାଇରେ କମିଶନ ଅଫିସର ହୋଇଥିଲେ। ୨୦୧୯ ମେ ୩୧ଠାରୁ ସେ ନୌସେନା ପ୍ରମୁଖ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri