କିକ୍ରେଟର ମୁଥେୟା ମୁରଲିଧରନଙ୍କ ବାୟୋପିକ୍‌ରେ ନଜର ଆସିବେ ସାଉଥ୍‌ ଷ୍ଟାର ବିଜୟ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ଏବେ ବାୟୋପିକ୍‌ର ଟ୍ରେଣ୍ଡ ଚାଲିଛି। ନେତାଙ୍କ ଠାରୁ ଆରମ୍ଭ କରି କ୍ରିକ୍ରେଟରଙ୍କ ଜୀବନିକୁ ନେଇ ଫିଲ୍ମ ତିଆରି କରାଯାଉଛି। ଭାରତୀୟ କ୍ରିକେଟର ସଚ୍ଚିନ ତେନ୍ଦୁଲକର, ଏମ୍‌.ଏସ୍‌ ଧୋନୀ, କପିଲ ଦେବଙ୍କ ପରେ ଏବେ ଶ୍ରୀଲଙ୍କାର ବରିଷ୍ଠ ସ୍ପିନ୍‌ ବୋଲର ମୁଥେୟା ମୁରଲିଧରନଙ୍କ ଉପରେ ତାମିଲରେ ଏକ ଫିଲ୍ମ କରାଯାଉଥିବା ଶୁଣିବାକୁ ମିଳିଛି। ତାଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ଏହି ଫିଲ୍ମର ନାଁ ହେଉଛି ‘୮୦୦’। କ୍ରିକେଟ କ୍ୟାରିୟରେ ମୁରଲିଧରନ ନେଇଥିବା ଓ୍ବିକେଟକୁ ନେଇ ଏହି ଫିଲ୍ମର ଏଭଳି ନାମକରଣ କରାଯାଇଥିବା ଜଣାପଡ଼ିଛି। ଏମ୍‌.ଏସ୍‌. ଶ୍ରୀପତିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ସାଉଥ୍‌ର ସୁପରଷ୍ଟାର ବିଜୟ ସେଥୁପତି ମୁରଲୀଧରନଙ୍କ ଚରିତ୍ରରେ ନଜର ଆସିବେ। ହାଇ ବଜେଟରେ ତିଆରି କରାଯାଉଥିବା ଏହି ଫିଲ୍ମର ଶୁଟିଂ ଚଳିତ ବର୍ଷ ଡିସେମ୍ବରରେ ଆରମ୍ଭ ହେବ। ଏହା ଭାରତ, ଶ୍ରୀଲଙ୍କା, ଇଂଲଣ୍ଡ ଓ ବିଶ୍ୱର ଅନ୍ୟ ସ୍ଥାନଗୁଡିକରେ କରାଯିବ। ଏହି ଫିଲ୍ମକୁ ତାମିଲ ଭାଷାରେ କରାଯାଉଥିବା ବେଳେ ଏହାକୁ ବିଶ୍ୱରେ ଅନ୍ୟ ଭାଷାରେ ରିଲିଜ୍‌ କରାଯିବ ବୋଲି ସୂଚନା ମିଳିଛି। ଏହି ଫିଲ୍ମକୁ ନେଇ ମୁରଲିଧରନ ବେଶ୍‌ ଉତ୍ସାହିତ ଥିବା ବେଳେ ସେ ସମ୍ମାନିତ ଅନୁଭବ କରୁଛନ୍ତି ବୋଲି କହିଛନ୍ତି। ମୁରଲିଧରନଙ୍କ ଭାରତ ସହ ଏକ ସ୍ବତନ୍ତ୍ର ସମ୍ପର୍କ ରହିଛି। ତାଙ୍କର ପୂର୍ବପୁରୁଷ ଦକ୍ଷିଣ ଭାରତ ଥିବା ବେଳେ ତାଙ୍କ ସ୍ତ୍ରୀ ଚେନ୍ନାଇର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri