Posted inଖେଳ

କିଟ୍‌ରେ ସିକ୍କିମ ତା’ର ସବୁ ଘରୋଇ କ୍ରିକେଟ ମ୍ୟାଚ୍‌ ଖେଳିବ

ଭୁବନେଶ୍ୱର,୨୮।୭(ସ୍ପୋଟର୍‌ସ ବ୍ୟୁରୋ)- କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ଓ ସିକ୍କିମ କ୍ରିକେଟ ଆସୋସିଏଶନ (ଏସ୍‌ଆଇସିଏ) ମଧ୍ୟରେ ଏକ ବୁଝାମଣା ପତ୍ର ବା ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଶନିବାର କିଟ୍‌ କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶଙ୍କ କାର୍ଯ୍ୟାଳୟରେ ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। କିଟ୍‌ ତରଫରୁ ଗଗନେନ୍ଦୁ ଓ ସିକ୍କିମ କ୍ରିକେଟ ଆସୋସିଏଶନ ତରଫରୁ ଅଧ୍ୟକ୍ଷ ଲୋମଜାଙ୍ଗ ଜି ତେନ୍‌ଜିଙ୍ଗ୍‌ ଓ ସମ୍ପାଦକ ସୋନମ ପାଲଡେନ ଭୂତିଆ ଏମ୍‌ଓୟୁରେ ସ୍ବାକ୍ଷର କରିଥିଲେ।
ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଗତ ୨୦୧୮-୧୯ ଘରୋଇ ସେସନରେ କିଟ୍‌ ସିକ୍କିମର ଘରୋଇ ଗ୍ରାଉଣ୍ଡ ରୂପେ ବ୍ୟବହୃତ ହୋଇଥିଲା। ବିସିସିଆଇର ନିର୍ଦ୍ଦେଶ ଅନୁସାରେ କିଟ୍‌ ସିକ୍କିମ୍‌ର ଘରୋଇ ଗ୍ରାଉଣ୍ଡ ରୂପେ କାର୍ଯ୍ୟକାରୀ ହୋଇଥିଲା। ବର୍ତ୍ତମାନ ଆଗାମୀ ୨୦୧୯-୨୦ ସେସନରେ କିଟ୍‌ ସିକ୍କିମର ମହିଳା ଓ ପୁରୁଷ ବିଭାଗର ସବୁ ବର୍ଗ ପାଇଁ ଘରୋଇ ଗ୍ରାଉଣ୍ଡ ରୂପେ ବ୍ୟବହୃତ ହେବ ବୋଲି ଏମ୍‌ଓୟୁରେ ଉଲ୍ଲେଖ କରାଯାଇଛି। କିଟ୍‌ ପରିସରରେ ସିକ୍କିମର କ୍ରିକେଟ ଦଳଗୁଡିକ ପାଇଁ ରହିବା ଓ ଖାଇବାର ବନ୍ଦୋବସ୍ତ କରାଯିବ। ସିକ୍କିମ କ୍ରିକେଟ ଆସୋସିଏଶନ ଦ୍ୱାରା ଆୟୋଜିତ ହେବାକୁ ଥିବା ମ୍ୟାଚ୍‌ଗୁଡିକ କିଟ୍‌ କ୍ରିକେଟ ଷ୍ଟାଡିୟମରେ ଖେଳାଯିବା ସ୍ପଷ୍ଟ ହୋଇଛି। ପୁଣି ଯଦି ଆବଶ୍ୟକ ହୁଏ ତେବେ ଆସୋସିଏଶନ ତା’ର ମ୍ୟାଚ୍‌ଗୁଡିକ ଡ୍ରିମ୍ସ ଓ ବିକାଶ ଗ୍ରାଉଣ୍ଡରେ ମଧ୍ୟ ଆୟୋଜନ କରିପାରିବ ବୋଲି ଏମ୍‌ଓୟୁରେ ଉଲ୍ଲେଖ କରାଯାଇଛି। ଆସୋସିଏଶନ ନିଜର କ୍ରିକେଟ ଗ୍ରାଉଣ୍ଡ ପ୍ରସ୍ତୁତ ନ କରିବା ପର୍ଯ୍ୟନ୍ତ ପ୍ରତିବର୍ଷ ଏହି ଏମ୍‌ଓୟୁର ନବୀକରଣ ହେବ। କିଟ୍‌ରେ ଥିବା ଆନୁଷଙ୍ଗିକ ସୁବିଧାସୁଯୋଗ ନେଇ ଆସୋସିଏଶନର ଅଧ୍ୟକ୍ଷ ଓ ସମ୍ପାଦକ ସନ୍ତୋଷ ପ୍ରକଟ କରିଛନ୍ତି। ନିଜର ଘରୋଇ ଗ୍ରାଉଣ୍ଡ ରୂପେ ବ୍ୟବହାର କରିବା ପାଇଁ ସୁଯୋଗ ଦେଇଥବାରୁ ଏଥିପାଇଁ ସେମାନେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଏହି ଦୁଇ ଅଧିକାରୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?