Posted inଖେଳ

କିଟ୍‌ ରଗ୍‌ବୀ ଦଳକୁ ୩ ଟାଇଟଲ

ଭୁବନେଶ୍ୱର, ୩୧।୧୨(କ୍ରୀଡ଼ା ପ୍ରତିନିଧି)-
କିଟ୍‌ ବିଶ୍ୱବିଦ୍ୟାଳୟର ଉଭୟ ମହିଳା ଓ ପୁରୁଷ ରଗ୍‌ବୀ ଦଳ ଚମତ୍କାର ପ୍ରଦର୍ଶନ କରି ୩ଟି ଟାଇଟଲ ହାସଲ କରିଛନ୍ତି। ପଞ୍ଜାବର ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟରେ ସୋମବାର ଶେଷ ହୋଇଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ରଗ୍‌ବୀ (ମହିଳା ଓ ପୁରୁଷ) ପ୍ରତିଯୋଗିତାରେ କିଟ୍‌ର ଉଭୟ ବାଳିକା ଓ ବାଳକ ଦଳ ଚାମ୍ପିୟନ ହୋଇଛନ୍ତି। ସେହିପରି ଚାମ୍ପିୟନଶିପ୍‌ର ୭ଏସ୍‌ ବର୍ଗରେ ଉଭୟ ମହିଳା ଓ ପୁରୁଷ ଦଳ ଚାମ୍ପିୟନ ହୋଇଥିବା ବେଳେ ୧୫ଏସ୍‌ ବର୍ଗରେ କେବଳ ମହିଳା ଦଳ ଚାମ୍ପିୟନ ହୋଇଛି। ୭ଏସ୍‌ ରଗ୍‌ବୀ ଫାଇନାଲରେ କିଟ୍‌ ପୁରୁଷ ଦଳ ପଞ୍ଜାବ ବିଶ୍ୱବିଦ୍ୟାଳୟକୁ ୧୦-୭ ପଏଣ୍ଟରେ ପରାସ୍ତ କରିଛି। ସେହିପରି ମହିଳା ଦଳ ପାଟଳୀପୁତ୍ର ବିଶ୍ୱବିଦ୍ୟାଳୟକୁ ୧୯-୫ ପଏଣ୍ଟରେ ହରାଇ ଟାଇଟଲ ହାସଲ କରିଛି। ୧୫ ଏସ୍‌ ମହିଳା ବର୍ଗର ଫାଇନାଲରେ କିଟ୍‌ ଦଳ ପଟିଆଲା ବିଶ୍ୱବିଦ୍ୟାଳୟକୁ ୨୪-୬ ପଏଣ୍ଟରେ ପରାସ୍ତ କରିଛି। ପୁରୁଷ ଦଳ ପଞ୍ଜାବ ବିଶ୍ୱବିଦ୍ୟାଳୟକୁ ୧୯-୧୨ ପଏଣ୍ଟରେ ହରାଇ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହୋଇଛି। ଏହା ସହିତ ଉଭୟ ଦଳ ୨୦୨୦ ଫେବୃୟାରୀରେ କିଟ୍‌ ବିଶ୍ୱବିଦ୍ୟାଳୟରେ ହେବାକୁ ଥିବା ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଭୟ ଦଳର ଖେଳାଳି, କୋଚ୍‌ଏବଂ ଅଫିସିଆଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri