କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍‌ ଆଶ୍‌ରେ ବାରଦୁଆର ବଡ଼ଭାଇ

ଗୁଡ଼ଭେଲା, ୨୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ସେ ଭଗବାନ ଭରସାରେ ଘରେ ପଡ଼ିରହିଛନ୍‌।
ସୂଚନା ଅନ୍‌ସାରେ ତୁଷୁରା ସହରର ପତିତପାବନ ପଡ଼ାର ସ୍ବର୍ଗତ ରମେଶ କୁମ୍ଭାର ଆର ରାଜେଶ୍ୱରୀକଁର ଦୁଇ ପୁଓ ହରି ଆର ଗିରିଧାରୀ। ଆଏଜ୍‌କେ ୪ ବଛର ତଲେ ମା’ବାପ୍‌ ଆରପାରକେ ଚାଲିଯାଇଛନ୍‌। ଗିରିଧାରୀ ବିହାଚୁରା ନାଇଁହେଇ। କୁଲିମଜୁରି କରି ନିଜର ପେଟ୍‌ ପାଲବାର ସଂଗେ ବଡ଼ଭାଇ ହରି ଘରେ ମୁଡ଼ ଗୁଁଜିଛନ୍‌। ହେଲେ ଆଏଜ୍‌କେ ୩ ମାସ ତଲେ ଗିରିଧାରୀକଁର ଦିହିପା ଖରାପ ହେଲାରୁ ବଡ଼ଭାଇ ହରି ତାହାକୁ ତୁଷୁରା, ଗୁଡ଼ଭେଲା ଆର ବଲାଙ୍ଗୀର ଡାକ୍‌ତରଖାନାରେ ନେଇ ଦେଖାଲେ। ବଲାଙ୍ଗୀର ଡାକ୍‌ତରଖାନାରେ ପରୀକ୍ଷାରୁ ଜନପଡ଼ଲା ଯେ ଗିରିଧାରୀ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ଉଚ ଚିକିଛା ଲାଗି ଡାକ୍‌ତର ଗିରିଧାରୀକୁଁ ବୁର୍ଲା ବଡ଼ ଡାକ୍‌ତରଖାନା ନେବାକେ ପରାମଶ ଦେଇଛନ୍‌। ହେଲେ ପରିବାରଟା ନିହାତି ଗରିବ୍‌। ବଡ଼ଭାଇ ହରି ଝନେ ଡ୍ରାଇଭର। ଏନ୍‌ତାଥି ସେ ଭାଇ ଗିରିଧାରୀର ଉଚ ଚିକିଛା କରେଇ ନାଇଁପାରବାର। ହରି ଭାଇର ଚିକିଛା ସାହାଯ୍‌ ଲାଗି ଏନ୍‌ଏସି ଅଧ୍ୟକ୍ଷା, ଏନ୍‌ଏସ୍‌ସି କାର୍ଯ୍ୟନିର୍ବାହୀ ଅଧ୍‌କାରୀ, ବ୍ଲକ ଅଧ୍ୟକ୍ଷ, ବିଡିଓ ଆର ମନ୍ତ୍ରୀ ଟୁକୁନି ସାହୁକୁଁ ଗୁହାରି କରିଛନ୍‌। ହେଲେ ଏଭ୍‌ତକ କେହେନ୍‌ସିନୁ କିଛି ସାହାଯ୍‌ ନୁହେମିଲେ ବଲି ହରି କହିଛନ୍‌। ଇ ଦିଗେ ଜିଲା ପରଶାସନ ଆର ସ୍ବାସ୍ଥ୍ୟ ବିଭାଗ ଦୁରୁଷ୍‌ଟି ଦେଇ ଗିରିଧାରୀକୁଁ ଚିକିଛା ସାହାଯ୍‌ ଯୁଗେଇ ଦେବାକେ ଅଂଚଲର ବୁଧିଜୀବୀମାନେ ଦାବି କରିଛନ୍‌। ଇ ବାବ୍‌ଦେ ଗୁଡ଼ଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀ ସୁମିତ ମେହେରକୁଁ ପଚ୍‌ରାଲାରୁ କାଣା ହେଇଛେ ଘଟନାର ତଦଁତ୍‌ କରି ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?