କିଡ୍‌ନୀ ରୋଗରେ ପୁଣି ଜଣଙ୍କ ଜୀବନଗଲା

କୁଆମରା,୬।୯(ଡି.ଏନ.ଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡକେଦା ଗ୍ରାମରେ କିଡ୍‌ନୀ ରୋଗରେ ପୁଣି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଭଜମନ ସିଂ (୨୯) । ଆଦିବାସୀ ଅଧ୍ୟୁଷିତ ଏହି ଗ୍ରାମରେ ଜଣଙ୍କ ପରେ ଜଣେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଥିତ୍ବାରୁ ଗ୍ରାମରେ ଆତଙ୍କ ପ୍ରକାଶ ପାଇଛି। ଗତ ବର୍ଷକ ମଧ୍ୟରେ ଏହି ଗାଁର ୧୦ ଜଣଙ୍କ କିଡ୍‌ନୀ ରୋଗରେ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଗ୍ରାମରେ ୧୧୦ ପରିବାର ଥିବା ବେଳେ ଲୋକ ସଂଖ୍ୟା ପାଖାପାଖି ୫ ଶହ। ତେବେ ସମସ୍ତ ପରିବାର ଆଦିବାସୀ ସଂପ୍ରଦାୟର ହୋଇଥିବା ବେଳେ ଉଚ୍ଚ ଚିକିତ୍ସା ପାଇଁ ସେମାନଙ୍କ ପାଖରେ ଅର୍ଥ ପ୍ରତିବନ୍ଧକ ସାଜୁଛି। ଗତ ଏପ୍ରିଲ ମାସରେ ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଥିଲା। ବିଭାଗ ପକ୍ଷରୁ ଆକ୍ରାନ୍ତଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା। ମାତ୍ର ଅଦ୍ୟାବଧି ଏ ନେଇ କୌଣସି ରିପୋର୍ଟ ପହଞ୍ଚି ନାହିଁ। ବୁଧବାର ସନ୍ଧ୍ୟାରେ ଭଜମନଙ୍କର ମୃତ୍ୟୁ ଘଟିବା ପରେ ଗ୍ରାମରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଭଜମନ ଜଣେ ରାଜ ମିସ୍ତ୍ରୀ ଭାବେ କାମ କରୁଥିଲେ। ଭଜମନଙ୍କ ରୋଜଗାର ଉପରେ ପରିବାର ନିର୍ଭର କରୁଥିବା ବେଳେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri