‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ

ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ ହୋଇ ଜନ୍ମ ହେବା, ସେମାନେ କରିଥିବା କୌଣସି ପୂର୍ବଜନ୍ମର ପାପର କର୍ମ ବୋଲି ସାଧାରଣ ଲୋକ ଭାବନ୍ତି। ହେଲେ ଶାରୀରିକ ଅସମାନତା ଥାଇ ମଧ୍ୟ ଅନ୍ୟମାନଙ୍କଠାରୁ ସେମାନେ ମାନସିକସ୍ତରରେ କୌଣସି ଗୁଣରେ କମ୍‌ ନୁହନ୍ତି। ସେହି ବାମନ ଲୋକମାନଙ୍କର ଜୀବନର ନିଷ୍ଠୁର ବାସ୍ତବତା, ଦୁଃଖ, କଷ୍ଟ, ଆଶା ଓ ସ୍ବପ୍ନର ପରିଭାଷାକୁ ନେଇ ପ୍ରସ୍ତୁତ ଅହମୀୟା ନାଟକ ‘କିନୁ କୋଉ’ ମଙ୍ଗଳବାର ରବୀନ୍ଦ୍ର ମଣ୍ଡପଠାରେ ମଞ୍ଚସ୍ଥ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପକ୍ଷରୁ ଆୟୋଜିତ ‘ପୂର୍ବରଙ୍ଗ ଜାତୀୟ ନାଟ୍ୟ ଉତ୍ସବ-୨୦୨୦’ରେ ବୁଧବାର ଏହି ନାଟକ ମଞ୍ଚସ୍ଥ ହୋଇଥିଲା। ଆସାମର ‘ଦ ମିରର୍‌’ ଅନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ପରିବେଷିତ ଏହି ନାଟକର ରଚନା ଓ ନିର୍ଦ୍ଦେଶନା ଦେଇଥିଲେ ପବିତ୍ର ରାଭା। ସନ୍ଧ୍ୟାରେ ଅତିଥିଭାବେ ସଂସ୍କୃତି ବିଭାଗ ଉପେଦେଷ୍ଟା ଜନ୍ମେଜୟ ଲେଙ୍କା, ନାଟ୍ୟକାର ଇଂ ଚନ୍ଦ୍ରଶେଖର ନନ୍ଦ, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ପୂର୍ବତନ ସଚିବ ମନ୍ମଥ ଶତପଥୀ, ବିଶିଷ୍ଟ ନାଟ୍ୟ ବ୍ୟକ୍ତିତ୍ୱ ମିହିର ମେହେର, ହରେନ୍‌ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ନାଟକର ନିର୍ଦ୍ଦେଶକ ପ୍ରବୀର ରାଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri