Posted inଜାତୀୟ

କିପରି ବଦଳିଲା ମହାରାଷ୍ଟ୍ର ଗଣିତ

ମୁମ୍ବାଇ,୨୪ା୧୧: ମହାରାଷ୍ଟ୍ରରେ ଏନ୍‌ସିପି-କଂଗ୍ରେସ ସମର୍ଥନରେ ଶିବସେନା ସରକାର ଗଢ଼ିବ ବୋଲି ଶୁକ୍ରବାର ରାତିରେ ଚୂଡାନ୍ତ ନିଷ୍ପତ୍ତି ଘୋଷଣା ହେବା ସତ୍ତ୍ୱେ ଶନିବାର ସକାଳେ ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌ ମୁଖ୍ୟମନ୍ତ୍ରୀ ଓ ଏନ୍‌ସିପି ନେତା ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ଏହା ସମ୍ଭବ ହେଲା କିପରି ତାକୁ ନେଇ ସାଧାରଣରେ ଉତ୍କଣ୍ଠା ପ୍ରକାଶ ପାଇଛି। ରାତିକ ଭିତରେ କିପରି ରାଜନୈତିକ ଦୃଶ୍ୟପଟ ବଦଳିଲା ତାହାର ଘଟଣାକ୍ରମ ନିମ୍ନରେ ଦିଆଗଲା।
ଶୁକ୍ରବାର ରାତି ୧୧.୪୫: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଜିତ ପାଓ୍ବାର ଏବଂ ଭାଜପା ମଧ୍ୟରେ ଡିଲ୍‌ ଚୂଡ଼ାନ୍ତ ହେଲା।
୧୧.୫୫: ଶିବସେନା-ଏନ୍‌ସିପି-କଂଗ୍ରେସ ସରକାର ଗଠନ ଦାବି ଜଣାଇବା ପୂର୍ବରୁ ଶପଥ ନେବା ସମ୍ପର୍କରେ ଦେବେନ୍ଦ୍ର ଫଡ୍‌ନବିସ ଦଳୀୟ ବିଧାୟକମାନଙ୍କୁ ଜଣାଇଲେ।
୧୨.୩୦: ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କର ଦିଲ୍ଲୀ ଗସ୍ତ ବାତିଲ କଲେ
୨.୧୦: ଶନିବାର ସକାଳ ୫ଟା ୪୭ରେ ରାଷ୍ଟ୍ରପତି ଶାସନ ଉଚ୍ଛେଦ ନିର୍ଦ୍ଦେଶନାମା ଦାଖଲ ଓ ୬ଟା ୩୦ରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରିବାକୁ ରାଜ୍ୟପାଳଙ୍କ ସଚିବଙ୍କୁ କୁହାଗଲା।
୨.୩୦: ଦୁଇ ଘଣ୍ଟା ମଧ୍ୟରେ ଫାଇଲ ଦାଖଲ କରିବେ ବୋଲି ରାଜ୍ୟପାଳଙ୍କ ସଚିବ ଜଣାଇଲେ ଓ ସକାଳ ୭ଟା୩୦ରେ ଶପଥ ଗ୍ରହଣ ପାଇଁ ପରାମର୍ଶ ଦେଲେ।
ଶନିବାର ସକାଳ ୫.୩୦: ଦେବେନ୍ଦ୍ର ଫଡ୍‌ନବିସ ଓ ଅଜିତ ପାଓ୍ବାର ରାଜଭବନରେ ପହଞ୍ଚତ୍ଲେ
୫.୪୭: ମହାରାଷ୍ଟ୍ରରୁ ରାଷ୍ଟ୍ରପତି ଶାସନ ହଟିଲା।
୭.୫୦: ରାଜ୍ୟପାଳ ଶପଥ ଗ୍ରହଣ ଉତ୍ସବ ଆରମ୍ଭ କଲେ।
୮.୦୧: ଦେବେନ୍ଦ୍ର ଫଡ୍‌ନବିସ ଓ ଅଜିତ ପାଓ୍ବାର ଶପଥ ନେବା ଖବର ପ୍ରସାରଣ ହେଲା।
୮.୧୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଫଡ୍‌ନବିସ ଓ ଅଜିତ ପାଓ୍ବାରଙ୍କୁ ଅଭିନନ୍ଦନ ଜଣାଇଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri