Posted inଖେଳ

କିମ୍ବଦନ୍ତୀ ପ୍ରଥମଶ୍ରେଣୀ ସ୍ପିନର ରାଜିନ୍ଦର ଗୋଏଲଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-କିମ୍ବଦନ୍ତୀ ପ୍ରଥମଶ୍ରେଣୀ ସ୍ପିନର ରାଜିନ୍ଦର ଗୋଏଲଙ୍କର ରବିବାର ପରାଲୋକ ଘଟିଛି। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ରାଜିନ୍ଦରଙ୍କୁ ୭୭ ବର୍ଷ ହୋଇଥିଲା। ସେ ତାଙ୍କ ସ୍ତ୍ରୀ ଏବଂ ପୁତ୍ର ନୀତୀନ ଗୋଏଲଙ୍କୁ ଛାଡ଼ି ଚାଲିଯାଇଛନ୍ତି। ରାଜିନ୍ଦର ଜଣେ ଘରୋଇ ମ୍ୟାଚ ରେଫରି ମଧ୍ୟ ଥିଲେ। ବିଶନ ସିଂ ବେଦୀଙ୍କ ଯୁଗରେ ଏହି ବାମହାତୀ ସ୍ପିନର ଦୁର୍ଭାଗ୍ୟଜନକ ଭାବେ ଭାରତୀୟ ଦଳରେ ସ୍ଥାନ ପାଇ ପାରି ନ ଥିଲେ। ଘରୋଇ କ୍ରିକେଟରେ ସେ ହରିୟାଣା ଓ ଉତ୍ତରାଞ୍ଚଳରୁ ପ୍ରତିନିଧିତ୍ୱ କରିଥିଲେ। ସେ ୧୫୭ ପ୍ରଥମ ଶ୍ରେଣୀ ମ୍ୟାଚରେ ୭୫୦ ଉଇକେଟ ଅକ୍ତିଆର କରିଥିଲେ। ୪୪ବର୍ଷ ବୟସ ପର୍ଯ୍ୟନ୍ତ ସେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳି ଆସୁଥିଲେ। ଘଟଣାକ୍ରମେ ବେଦୀ ତାଙ୍କୁ ବିସିସିଆଇର ସି.କେ. ନାଇଡୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ପ୍ରଦାନ କରିଥିଲେ। ବିସିସିଆଇର ପୂର୍ବତନ ସଭାପତି ରଣବୀର ସିଂ ରାଜିନ୍ଦରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଅବସର ପରେ ଖେଳ ପ୍ରତି ରାଜିନ୍ଦରଙ୍କ ଅବଦାନ ଉଲ୍ଲେଖନୀୟ ଥିଲା। ଦେଶର ସେ ଥିଲେ ଅନ୍ୟତମ ଶ୍ରେଷ୍ଠ ବାମହାତୀ ସ୍ପିନର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri