Posted inଖେଳ

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଲାରା ମେଡିକାଲରେ ଭର୍ତ୍ତି

ମୁମ୍ବାଇ,୨୫।୬(ପିଟି)- ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ବ୍ରାଏନ ଲାରା ମଙ୍ଗଳବାର ମେଡିକଲାରେ ଭର୍ତ୍ତି ହୋଇଛନ୍ତି। କିନ୍ତୁ ସେ ଏବେ ସୁସ୍ଥ ଅଛନ୍ତି ଓ ତାଙ୍କୁ ତୁରନ୍ତ ଡିସଚାର୍ଜ କରାଯିବା ନେଇ ଜଣାପଡ଼ିଛି। ନିଜ ସମୟର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ପାରେଲସ୍ଥିତ ଗ୍ଲୋବାଲ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିନ୍ତା କରିବା ଯୋଗୁ ୫୦ ବର୍ଷୀୟ କ୍ରିକେଟରଙ୍କ ଛାତିରେ ଯନ୍ତ୍ରଣା ହେଉଥିଲା। ସେ ଦୁଇ ବର୍ଷ ତଳେ ଏଞ୍ଜିୟୋପ୍ଲାଷ୍ଟି କରାଇଥିଲେ। ଏଥିରେ ଛାତିରେ ଯନ୍ତ୍ରଣା ହେବାର ଡର ଥାଏ ବୋଲି ସୂତ୍ରରୁ ଜଣାପଡ଼ିଛି। ୫୦ ବର୍ଷୀୟ କ୍ରିକେଟର ଚଳିତ ବିଶ୍ୱକପ୍‌ର ପ୍ରସାରଣକାରୀ ଚ୍ୟାନେଲର ଆନଲିସିଷ୍ଟ ଦାୟିତ୍ୱରେ ଅଛନ୍ତି। ଲାରା ୧୩୧ ଟେଷ୍ଟରୁ ୫୨.୮୯ ଆଭରେଜରେ ୧୧,୯୫୩ ରନ୍‌ କରିଥିବାବେଳେ ୨୯୯ ଦିନିକିଆରେ ୪୦.୧୭ ହାରରେ ୧୦,୪୦୫ ରନ୍‌ କରିଛନ୍ତି। ଏହି କିମ୍ବଦନ୍ତୀ ବାମହାତୀ ଖେଳାଳି ୨୦୦୪ରେ ଏକ ଟେଷ୍ଟ ମ୍ୟାଚ୍‌ରେ ୪୦୦ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ, ଯାହାକି ଏବେ ମଧ୍ୟ ଟେଷ୍ଟ ଫର୍ମାଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri