କିମ୍‌ ଜୋଙ୍ଗ ଉନ୍‌ ଏବେ କେଉଁଠି: ଉତ୍ତରକୋରିଆର ୬ ନେତା ମଧ୍ୟ ଏଭଳି ହୋଇଥିଲେ ନିଖୋଜ

ଓ୍ବାଶିଂଟନ/ସିଓଲ,୨୯।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ଏବେ ବେଶ୍‌ ଚର୍ଚ୍ଚା ଜାରି ରହିଛି। ଏଭଳି ପ୍ରଥମ ଥର ନୁହେଁ ଯେ, ଉତ୍ତର କୋରିଆର କୌଣସି ନେତାଙ୍କୁ ନେଇ ଏଭଳି ଆକଳନ ଜାରି ରହିଛି। ଏପ୍ରିଲ୍‌ ୧୧ରେ ତାଙ୍କୁ ଶେଷଥର ପାଇଁ ଦେଖିବାକୁ ମିଳିଥିଲା। ଏପ୍ରିଲ୍‌ ୧୫ରେ ବୁଢ଼ାବାପାଙ୍କ ଜନ୍ମ ଦିନ ଉତ୍ସବରେ କିମ୍‌ଙ୍କୁ ଦେଖିବାକୁ ମିଳି ନ ଥିଲା। ଏହାପରେ ତାଙ୍କୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ଉତ୍ତରକୋରିଆର ୫ ନେତା ମଧ୍ୟ ନିଖୋଜ ହୋଇଯାଇଛନ୍ତି। କିମ୍‌ ଇଲ୍‌ ସୁଙ୍ଗ୍‌ଙ୍କ ମୃତ୍ୟୁକୁ ନେଇ ବହୁ ଚର୍ଚ୍ଚା ଜାରି ରହିଥିଲା। ତେବେ ଶେଷରେ ତାଙ୍କର ମୃତ୍ୟୁ ୧୯୯୪ରେ ଅଚାନକ ହୋଇଥିଲା। ସେହିପରି ଝୋନ୍‌ ସୋଙ୍ଗ୍‌ ବୋଲ୍‌ ଉତ୍ତର କୋରିଆର ଶକ୍ତିଶାଳୀ ମହିଳା ନେତା। ୨୦୧୩ରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଗୁଜବ ଉଠିଥିଲା। ତେବେ ପରେ ସେ ୨୦୧୪ରେ ପୁଣିଥରେ ଲୋକଙ୍କ ସମ୍ମୁଖରେ ଉପସ୍ଥିତ ହୋଇଥିଲେ। ସେ ଏତେ ଦିନ କିଭଳି ନିଖୋଜ ହୋଇଥିଲେ ସେ ନେଇ ବେଶ୍‌ ଆଲୋଚନା ହୋଇଥିଲା। ପରେ ତାଙ୍କୁ କିମ୍‌ ଜୋଙ୍ଗ ଉନ୍‌ଙ୍କ ସହିତ ବହୁ ସରକାରୀ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେହିପରି କିମ୍‌ ଜୋଙ୍ଗ ଉନ୍‌ଙ୍କ ପିତା କିମ୍‌ ଜୋଙ୍ଗ୍‌ ଇଲ୍‌ଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ପ୍ରଚାରିତ ହୋଇଥିଲା। ସେହିପରି କିମ୍‌ ଜୋଙ୍ଗ-୨ଙ୍କ ମୃତ୍ୟୁ ନେଇ ଚର୍ଚ୍ଚା ହୋଇଥିଲା। ପରେ ୨୦୧୧ ଡିସେମ୍ବରରେ ତାଙ୍କ ମୃତ୍ୟୁ ନେଇ ଘୋଷଣା କରାଯାଇଥିଲା। କିମ୍‌ କ୍ୱୋଙ୍ଗ୍‌ ହୁଇଙ୍କୁ ୨୦୧୫ରେ ହତ୍ୟା କରାଯାଇଥିବା ଖବର ମିଳିଥିଲା। କିନ୍ତୁ ଏହାର କିଛି ଦିନ ପରେ ତାଙ୍କୁ ଏକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେହିପରି ସୈନ୍ୟ ବାହିନୀ ମୁଖ୍ୟ ରି ୟୋଙ୍ଗ୍‌ ଗିଲ୍‌ଙ୍କୁ ୨୦୧୬ରେ ହତ୍ୟା କରାଯାଇଥିବା ଖବର ପ୍ରଚାର ହୋଇଥିଲା। ଏହାପରେ ଉତ୍ତରକୋରିଆ ପକ୍ଷରୁ ସେ ଜୀବିତ ଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri