କିରାଣିଙ୍କ ଗ୍ରେଡ୍‌ ପେ ପ୍ରଦାନ ମାମଲା : ହାଇକୋର୍ଟରେ ସ୍ୟାଟ୍‌ ରାୟ କାଏମ

କଟକ ଅଫିସ,୮।୧୧ : ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟରତ ସ୍ନାତକ ଡିଗ୍ରୀଧାରୀ କିରାଣି-ଲାଇବ୍ରେରିଆନ୍‌ମାନଙ୍କୁ ଆରଏସିପି ଗ୍ରେଡ ପେ ପ୍ରଦାନ ସମ୍ପର୍କିତ ମାମଲାରେ ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଦେଇଥିବା ରାୟକୁ ହାଇକୋର୍ଟ ଗୁରୁବାର କାଏମ ରଖିଛନ୍ତି। ସ୍ୟାଟ୍‌ଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓଡ଼ିଶା ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ଅର୍ଥ ବିଭାଗର ବିଜ୍ଞପ୍ତି ସଂଖ୍ୟା ୩୫୬୦/୧୩ା୨ା୨୦୧୩ ଅନୁସାରେ ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟରତ ସ୍ନାତକ କିରାଣି-ଲାଇବ୍ରେରିଆନମାନଙ୍କୁ ଆରଏସିପି ନିୟମ ଅନୁସାରେ ପଦୋନ୍ନତି ଓ ପଦବୀର ଗ୍ରେଡ ପେ ପ୍ରଦାନରେ ପାତର ଅନ୍ତର ନୀତି ଅବଲମ୍ବନ କରାଯାଇଥିଲା। ଫଳରେ ପଦୋନ୍ନତି ନ ପାଇ ମୂଳ ପଦବୀରେ ୨୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରିଆସୁଥିବା ସ୍ନାତକ କିରାଣି-ଲାଇବ୍ରେରିଆନ ଗୋବର୍ଦ୍ଧନ ବିଶ୍ୱାଳ, ସରୋଜ ଶତପଥୀ, ବିଦ୍ୟାପତି ପଣ୍ଡା, ରଘୁନାଥ ସେଠୀ, ଅଶୋକ ବଳିଆରସିଂହ, ପୁଷ୍ପା ରାଉତ, ବିକାଶ ରଞ୍ଜନ ମହାନ୍ତି, ସୁରେନ୍ଦ୍ର ସାହୁ, ପ୍ରଦୀପ୍ତ ସେନାପତି, ସନ୍ତୋଷ ମିଶ୍ର ଏବଂ ଜୁନିୟର ଟାଇପିଷ୍ଟ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ନ୍ୟାୟ ପାଇଁ ୨୦୧୫ରେ ସ୍ୟାଟଙ୍କ ନିକଟରେ ମାମଲା ରୁଜୁ କରିଥିଲେ। ଏହି ମାମଲାର ବିଚାର କରି ସ୍ୟାଟ୍‌ ସରକାରଙ୍କ ଯୁକ୍ତିକୁ ଅଗ୍ରାହ୍ୟ କରିବା ସହ ୨୦୧୭ ଏପ୍ରିଲରେ ଆବେଦନକାରୀଙ୍କ ସପକ୍ଷରେ ରାୟ ପ୍ରଦାନ ପୂର୍ବକ ୩ ମାସ ମଧ୍ୟରେ ଆବେଦନକାରୀମାନଙ୍କୁ ଆରଏସିପି ନିୟମ ଅନୁସାରେ ପଦୋନ୍ନତି ଓ ପଦବୀର ଉପଯୁକ୍ତ ଗ୍ରେଡ ପେ ପ୍ରଦାନ ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏହି ରାୟ ବିରୋଧରେ ସୂଚନା ଓ ଲୋକସମ୍ପର୍କ ବିଭାଗ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ହାଇକୋର୍ଟ ଉକ୍ତ ମାମଲାର ବିଚାର କରି ସ୍ୟାଟଙ୍କ ରାୟରେ କୌଣସି ତ୍ରୁଟି ନ ଥିବାରୁ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ନାହିଁ ବୋଲି ରାୟରେ ସ୍ପଷ୍ଟ କରିଛନ୍ତି। ଆବେଦନକାରୀମାନଙ୍କ ପକ୍ଷରୁ ଆଇନଜୀବୀ ଦେବାଶିଷ ତ୍ରିପାଠୀ ଓ ଅଂଶୁମାନ ମହାପାତ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri