କିରାଣିଙ୍କ ଗ୍ରେଡ୍‌ ପେ ପ୍ରଦାନ ମାମଲା : ହାଇକୋର୍ଟରେ ସ୍ୟାଟ୍‌ ରାୟ କାଏମ

କଟକ ଅଫିସ,୮।୧୧ : ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟରତ ସ୍ନାତକ ଡିଗ୍ରୀଧାରୀ କିରାଣି-ଲାଇବ୍ରେରିଆନ୍‌ମାନଙ୍କୁ ଆରଏସିପି ଗ୍ରେଡ ପେ ପ୍ରଦାନ ସମ୍ପର୍କିତ ମାମଲାରେ ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଦେଇଥିବା ରାୟକୁ ହାଇକୋର୍ଟ ଗୁରୁବାର କାଏମ ରଖିଛନ୍ତି। ସ୍ୟାଟ୍‌ଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓଡ଼ିଶା ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ଅର୍ଥ ବିଭାଗର ବିଜ୍ଞପ୍ତି ସଂଖ୍ୟା ୩୫୬୦/୧୩ା୨ା୨୦୧୩ ଅନୁସାରେ ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟରତ ସ୍ନାତକ କିରାଣି-ଲାଇବ୍ରେରିଆନମାନଙ୍କୁ ଆରଏସିପି ନିୟମ ଅନୁସାରେ ପଦୋନ୍ନତି ଓ ପଦବୀର ଗ୍ରେଡ ପେ ପ୍ରଦାନରେ ପାତର ଅନ୍ତର ନୀତି ଅବଲମ୍ବନ କରାଯାଇଥିଲା। ଫଳରେ ପଦୋନ୍ନତି ନ ପାଇ ମୂଳ ପଦବୀରେ ୨୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରିଆସୁଥିବା ସ୍ନାତକ କିରାଣି-ଲାଇବ୍ରେରିଆନ ଗୋବର୍ଦ୍ଧନ ବିଶ୍ୱାଳ, ସରୋଜ ଶତପଥୀ, ବିଦ୍ୟାପତି ପଣ୍ଡା, ରଘୁନାଥ ସେଠୀ, ଅଶୋକ ବଳିଆରସିଂହ, ପୁଷ୍ପା ରାଉତ, ବିକାଶ ରଞ୍ଜନ ମହାନ୍ତି, ସୁରେନ୍ଦ୍ର ସାହୁ, ପ୍ରଦୀପ୍ତ ସେନାପତି, ସନ୍ତୋଷ ମିଶ୍ର ଏବଂ ଜୁନିୟର ଟାଇପିଷ୍ଟ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ନ୍ୟାୟ ପାଇଁ ୨୦୧୫ରେ ସ୍ୟାଟଙ୍କ ନିକଟରେ ମାମଲା ରୁଜୁ କରିଥିଲେ। ଏହି ମାମଲାର ବିଚାର କରି ସ୍ୟାଟ୍‌ ସରକାରଙ୍କ ଯୁକ୍ତିକୁ ଅଗ୍ରାହ୍ୟ କରିବା ସହ ୨୦୧୭ ଏପ୍ରିଲରେ ଆବେଦନକାରୀଙ୍କ ସପକ୍ଷରେ ରାୟ ପ୍ରଦାନ ପୂର୍ବକ ୩ ମାସ ମଧ୍ୟରେ ଆବେଦନକାରୀମାନଙ୍କୁ ଆରଏସିପି ନିୟମ ଅନୁସାରେ ପଦୋନ୍ନତି ଓ ପଦବୀର ଉପଯୁକ୍ତ ଗ୍ରେଡ ପେ ପ୍ରଦାନ ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଏହି ରାୟ ବିରୋଧରେ ସୂଚନା ଓ ଲୋକସମ୍ପର୍କ ବିଭାଗ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ହାଇକୋର୍ଟ ଉକ୍ତ ମାମଲାର ବିଚାର କରି ସ୍ୟାଟଙ୍କ ରାୟରେ କୌଣସି ତ୍ରୁଟି ନ ଥିବାରୁ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ନାହିଁ ବୋଲି ରାୟରେ ସ୍ପଷ୍ଟ କରିଛନ୍ତି। ଆବେଦନକାରୀମାନଙ୍କ ପକ୍ଷରୁ ଆଇନଜୀବୀ ଦେବାଶିଷ ତ୍ରିପାଠୀ ଓ ଅଂଶୁମାନ ମହାପାତ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri