କିରାଣୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପୂର୍ବରୁ ନିଜେ ଫସିଲେ କମିଶନର: ଯାହା ଖୁସିରେ ଦେବେ ଦିଅନ୍ତୁ କହି ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀରରେ ଦାଦନ ଚାଲାଣ ରୋକିବା ପାଇଁ ଗୋଟିଏ ପଟେ ପୋଲିସ ଅଣ୍ଟା ଭିଡିଥିବା ବେଳେ ଲାଇସେନ୍ସ କରାଇବାକୁ ନେଇ ଫାଇଦା ଉଠାଉଛନ୍ତି, ଶ୍ରମ କାର୍ଯ୍ୟାଳୟରେ ଥିବା କିରାଣୀଙ୍କଠାରୁ କମିଶନର ପର୍ଯ୍ୟନ୍ତ। ଶନିବାର ସକାଳେ କାର୍ଯ୍ୟାଳୟର କନିଷ୍ଠ କିରାଣୀ ବଲ୍ଲଭ ନାଗ ଟିଟଲାଗଡ଼ରୁ ଆସିଥିବା ଜଣେ ସର୍ଦ୍ଦାରଙ୍କ ଲାଇସେନ୍ସ କରାଇଦେବାକୁ ଟଙ୍କା ମାଗୁଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏଠାରେ ଟଙ୍କା ନ ଦେଲେ କାମ ହୁଏନି। ହଜାର ଟଙ୍କା ଦିଅ, ଲାଇସେନ୍ସ ନିଅ ବୋଲି ସେ କହୁଥିବା ଭିଡିଓରେ ଦେଖିବାକୁ ମିଳିଥିଲା। ଏହାପରେ ଶ୍ରମ କାର୍ଯ୍ୟାଳୟର ମୁଖ୍ୟ ଆଞ୍ଚଳିକ ଶ୍ରମ କମିଶନର ସରୋଜ କୁମାର ରଂଞ୍ଜିତୋ ଏ ନେଇ କଡ଼ା କାର୍ଯ୍ୟାନୁଷ୍ଠାନ ନେବେ ବୋଲି କହିଥିଲେ। ହେଲେ ଏହାର ଏକ ଘଣ୍ଟା ନ ପୂରୁଣୁ କମିଶନର ନିଜେ ଲାଞ୍ଚ ନେବା ଭିଡିଓ ଭାଇରାଲ ହୋଇଛି। ସମାନ ଘଟଣାରେ , ଏକ ହଜାର ଟଙ୍କା ଲାଞ୍ଚ ନେବା ସହ ଖୁସିବାସୀରେ ଯାହା ଦେବେ ଦିଅନ୍ତୁ ବୋଲି ହାତଯୋଡ଼ି କହୁଥିବା ଦେଖାଯାଇଛି। ଏପରିକି ଟେବୁଲ ଉପରେ ଟଙ୍କା ଦେଲା ପରେ, କାଗଜରେ ସେ ତାହାକୁ ଢାଙ୍କି ଦେଇଥିବା ଭିଡିଓରେ ଦେଖିବାକୁ ମିଳିଛି। ଉକ୍ତ ଭିଡିଓଟି ବିଭିନ୍ନ ଗଣମାଧ୍ୟମରେ ପ୍ରସାରଣ ହେବା ପରେ ଏବେ କମିଶନର, ମୁଁ ମାଗି ନ ଥିଲି। ସେ ନିଜେ ରଖି ଦେଇଥିଲେ ବୋଲି ସଫେଇ ଦେଇଛନ୍ତି। ଅପରପକ୍ଷେ ବଲ୍ଲଭ ନାଗଙ୍କୁ ନିଲମ୍ବିତ କରିଛନ୍ତି ଶ୍ରମ କମିଶନର। ହେଲେ ଆଞ୍ଚଳିକ କମିଶଡ଼ଣଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ତାହା ଉପରେ ସମସ୍ତଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?