କିରିକୁଟି ବିଦ୍ୟାଳୟରେ ବଢୁଛି ସମସ୍ୟା

ଦାରିଙ୍ଗବାଡ଼ି,୩୦।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦିନକୁ ଦିନ ସମସ୍ୟା ବଢ଼ୁଛି। କିରିକୁଟି ଗ୍ରାମ ମଧ୍ୟରେ ଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଶ୍ରେଣୀଗୃହ ଅଭାବ ରହିଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ କିରିକୁଟିଠାରୁ ପ୍ରାୟ ଦେଢ଼ କି.ମି. ଦୂର ଏକ ଜଙ୍ଗଲ ନିକଟରେ କୋଠା ନିର୍ମାଣ ହୋଇଛି। ସେଠାରେ ଶିକ୍ଷକ ଅଭାବ ରହିଛନ୍ତି। ଏଭଳି ସ୍ଥିତିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲାମାନଙ୍କୁ ସେଠାକୁ ନିଆଯାଇ ପାଠ ପଢ଼ାଯାଉଛି; ଯଦ୍ଦ୍ବାରା ପ୍ରାଥମିକ ଶିକ୍ଷାଦାନ କରୁଥିବା ଶିକ୍ଷକମାନଙ୍କୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କୁ ପଢ଼ାଇବାକୁ ପଡ଼ୁଛି। ଅନ୍ୟପକ୍ଷରେ ହଷ୍ଟେଲରେ ରହୁଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀର ୪୦ ଛାତ୍ର ୫୯ ନଂ ଜାତୀୟ ରାଜପଥ ଉପରେ ପ୍ରାୟ ଦେଢ଼ କି.ମି. ବିପଦସଙ୍କୁଳ ଅବସ୍ଥାରେ ହାଇସ୍କୁଲ କୋଠାକୁ ଯାତାୟାତ କରୁଛନ୍ତି। ଉକ୍ତ ରାଜପଥରେ ଶତାଧିକ ଗାଡ଼ି ମୋଟର ଦ୍ରୁତଗତିରେ ଯାତାୟାତ କରୁଛି ା ବିଭିନ୍ନ ସମୟରେ ଉକ୍ତ ରାସ୍ତାରେ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଏ ନେଇ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିଥିବା କୌଶିକ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଗୋଟିଏ ପଟେ ହାଇସ୍କୁଲରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଅନ୍ୟପଟେ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ଅଭାବ। ତେଣୁ ପରିଚାଳନା କମିଟି ସହ ଆଲୋଚନା କରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଗୋଟିଏ ବିଦ୍ୟାଳୟରେ ବସାଇ ପଢ଼ାଇବାକୁ ନିଷ୍ପତ୍ତି ନିଆଯାଇଛି ା ଜିଲା ଶିକ୍ଷାଧିକାରୀ ଏବଂ ଦାରିଙ୍ଗବାଡ଼ି ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଜଣାଯାଇ ଏଭଳି କରାଯାଇଛି। ଶିକ୍ଷକ ଅଭାବରୁ ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ ଚିନ୍ତା ବଢ଼ୁଥିବା ସେ କହିଛନ୍ତି। ସେହିପରି ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନ କହିଛନ୍ତି, ଯେଉଁଠି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହାଇସ୍କୁଲ କରାଯାଇଛି, ସେଠି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପିଲା ଗୋଟିଏ ବିଦ୍ୟାଳୟରେ ପଢ଼ିବେ। ତେଣୁ କିରିକୁଟି ବିଦ୍ୟାଳୟର ସମସ୍ତ ଶ୍ରେଣୀର ଛାତ୍ରୀଛାତ୍ର ନୂତନ ବିଲ୍ଡିଂକୁ ଯାଇ ପାଠ ପଢ଼ୁଛନ୍ତି । ଏଥିରେ କୌଣସି ସମସ୍ୟା ନାହିଁ। ଯାତାୟାତରେ ମଧ୍ୟ କୌଣସି ସମସ୍ୟା ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri