କିରିକୁଟି ବିଦ୍ୟାଳୟରେ ବଢୁଛି ସମସ୍ୟା

ଦାରିଙ୍ଗବାଡ଼ି,୩୦।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦିନକୁ ଦିନ ସମସ୍ୟା ବଢ଼ୁଛି। କିରିକୁଟି ଗ୍ରାମ ମଧ୍ୟରେ ଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଶ୍ରେଣୀଗୃହ ଅଭାବ ରହିଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ କିରିକୁଟିଠାରୁ ପ୍ରାୟ ଦେଢ଼ କି.ମି. ଦୂର ଏକ ଜଙ୍ଗଲ ନିକଟରେ କୋଠା ନିର୍ମାଣ ହୋଇଛି। ସେଠାରେ ଶିକ୍ଷକ ଅଭାବ ରହିଛନ୍ତି। ଏଭଳି ସ୍ଥିତିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲାମାନଙ୍କୁ ସେଠାକୁ ନିଆଯାଇ ପାଠ ପଢ଼ାଯାଉଛି; ଯଦ୍ଦ୍ବାରା ପ୍ରାଥମିକ ଶିକ୍ଷାଦାନ କରୁଥିବା ଶିକ୍ଷକମାନଙ୍କୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କୁ ପଢ଼ାଇବାକୁ ପଡ଼ୁଛି। ଅନ୍ୟପକ୍ଷରେ ହଷ୍ଟେଲରେ ରହୁଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀର ୪୦ ଛାତ୍ର ୫୯ ନଂ ଜାତୀୟ ରାଜପଥ ଉପରେ ପ୍ରାୟ ଦେଢ଼ କି.ମି. ବିପଦସଙ୍କୁଳ ଅବସ୍ଥାରେ ହାଇସ୍କୁଲ କୋଠାକୁ ଯାତାୟାତ କରୁଛନ୍ତି। ଉକ୍ତ ରାଜପଥରେ ଶତାଧିକ ଗାଡ଼ି ମୋଟର ଦ୍ରୁତଗତିରେ ଯାତାୟାତ କରୁଛି ା ବିଭିନ୍ନ ସମୟରେ ଉକ୍ତ ରାସ୍ତାରେ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ଏ ନେଇ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିଥିବା କୌଶିକ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଗୋଟିଏ ପଟେ ହାଇସ୍କୁଲରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଅନ୍ୟପଟେ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ଅଭାବ। ତେଣୁ ପରିଚାଳନା କମିଟି ସହ ଆଲୋଚନା କରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଗୋଟିଏ ବିଦ୍ୟାଳୟରେ ବସାଇ ପଢ଼ାଇବାକୁ ନିଷ୍ପତ୍ତି ନିଆଯାଇଛି ା ଜିଲା ଶିକ୍ଷାଧିକାରୀ ଏବଂ ଦାରିଙ୍ଗବାଡ଼ି ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଜଣାଯାଇ ଏଭଳି କରାଯାଇଛି। ଶିକ୍ଷକ ଅଭାବରୁ ଦଶମ ଶ୍ରେଣୀ ପିଲାଙ୍କ ନିମନ୍ତେ ଚିନ୍ତା ବଢ଼ୁଥିବା ସେ କହିଛନ୍ତି। ସେହିପରି ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନ କହିଛନ୍ତି, ଯେଉଁଠି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହାଇସ୍କୁଲ କରାଯାଇଛି, ସେଠି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପିଲା ଗୋଟିଏ ବିଦ୍ୟାଳୟରେ ପଢ଼ିବେ। ତେଣୁ କିରିକୁଟି ବିଦ୍ୟାଳୟର ସମସ୍ତ ଶ୍ରେଣୀର ଛାତ୍ରୀଛାତ୍ର ନୂତନ ବିଲ୍ଡିଂକୁ ଯାଇ ପାଠ ପଢ଼ୁଛନ୍ତି । ଏଥିରେ କୌଣସି ସମସ୍ୟା ନାହିଁ। ଯାତାୟାତରେ ମଧ୍ୟ କୌଣସି ସମସ୍ୟା ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri