କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା

କଣ୍ଟାପଡ଼ା, ୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଓ ଲକ୍‌ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍‌ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ ଚଢ଼ାଦରରେ ବିକ୍ରିକରୁଛନ୍ତି। ଏହାର ପ୍ରତିବାଦରେ ଓଡ଼ିଶା ସୂଚନା ଅଧିକାର ପକ୍ଷରୁ ମଙ୍ଗଳବାର କଣ୍ଟାପଡା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି।
ଅଭିଯୋଗରୁ ଜଣାପଡିଛି ଯେ, କେନ୍ଦ୍ରସରକାର କାର୍ଡଧାରୀଙ୍କୁ ମୁଣ୍ଡପିଛା ୫ କେଜି ହିସାବରେ ୩ମାସ ପାଇଁ ୧୫ କେଜି ଚାଉଳ, ୨ ଲିଟର କିରୋସିନ ଓ ୩ କେଜି ଡାଲି ଦେଉଛନ୍ତି। ରାଜ୍ୟ ସରକାର ଏହାକୁ ବିଭିନ୍ନ ରିଟେଲରଙ୍କ ମାଧ୍ୟମରେ କାର୍ଡଧାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରିଛନ୍ତି। କେନ୍ଦ୍ର ସରକାର ଚାଉଳ ଓ ଡାଲିକୁ ସମ୍ପୂର୍ଣ୍ଣ ମାଗଣା ଦେବାର ବ୍ୟବସ୍ଥା କରିଛନ୍ତି। ଅପରପକ୍ଷେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୯୧୧/୬.୫.୨୦୨୦ ଅନୁଯାୟୀ କଣ୍ଟାପଡ଼ା ବ୍ଲକରେ ୧୩.୬୪ ବିକ୍ରି କରିବାକୁ ଉଲ୍ଲେଖ ରହିଛି। ଏପରି ସ୍ଥଳେ ବ୍ଳକର କେତେକ ଅଞ୍ଚଳରେ ମାଗଣା ଚାଉଳ ଓ ଡାଲି ଅଦ୍ୟାବଧି ଦିଆଯାଇ ନ ଥିବାବେଳେ ହିତାଧିକାରୀଙ୍କୁ କମ୍‌ ପରିମାଣର କିରୋସିନ ଦିଆଯାଇ ସେମାନଙ୍କଠାରୁ ଲିଟର ପିଛା ୪୦ରୁ ୫୦ଟଙ୍କା ପର୍ଯ୍ୟନ୍ତ ଆଦାୟ କରାଯାଉଛି। ଏହାର ପ୍ରତିବାଦରେ ସଂଗଠନର କଟକ ଜିଲା ସଂଯୋଜକ ଜିତେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଦିଲୀପ ରାଉତରାୟ, ମାଧବାନନ୍ଦ ଭୋଇ, ନିରଞ୍ଜନ ଭୋଇ, ବସନ୍ତ ଜେନା, ସୁକାନ୍ତ ସ୍ବାଇଁ, ଶରତ ପ୍ରରିଡା, ସନ୍ତୋଷ ପ୍ରମୁଖ ଧାରଣାରେ ବସିଛନ୍ତି। ତଦନ୍ତ ନ ହେବା ପର୍ଯ୍ୟନ୍ତ ଏହା ଚାଲୁ ରହିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri