କିଶୋରନଗରରେ କାଳବୈଶାଖୀ ତାଣ୍ଡବ:ବହୁ ଚାଳ ଘର ସହ ଛପର ଉଡ଼ିଗଲା

ବଇଣ୍ଡା,୨।୬(ଡି.ଏନ.ଏ)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା, ହଣ୍ଡପା, ନାକିଚି, କିଶୋରନଗର, ବାମୁର, ଅଙ୍ଗପଡ଼ା, ତୁରୁଡ଼ା ଆଦି ଗ୍ରାମ ଗୁଡ଼ିକରେ ରବିବାର କାଳବୈଶାଖୀ ହୋଇଛି। ହଠାତ୍‌ ଝଡ଼ ତୋଫାନ ମାଡ଼ି ଆସିବାରୁ ବ୍ୟାପକ ଚାଳ ଛପର ଘର, ଆଜବେଷ୍ଟସ ଘର ଓ ଉଠା ଦୋକାନୀଙ୍କ ଅସ୍ଥାୟୀ କ୍ୟାମ୍ପ ଗୁଡ଼ିକ ପବନରେ ଉଡ଼ିଯାଇଛି। ଫଳରେ ବହୁ ସମ୍ପତ୍ତି ନଷ୍ଟ ହୋଇଯାଇଛି।
ବିଶେଷ କରି ବଇଣ୍ଡା ଅଞ୍ଚଳର ମନୋରଞ୍ଜନ ପ୍ରଧାନ, ଆଲୋକ ବେହେରା, ସିପୁନ ଦାସ, ସୁବ୍ରତ ପ୍ରଧାନ, କୁମୁଦ ପ୍ରଧାନ, ବିଜୟ ପ୍ରଧାନଙ୍କ ସମେତ ବହୁ ଉଠା ଦୋକାନୀଙ୍କ ଛପର ଉଡ଼ିଯାଇଛି। ସେହିପରି ରମେଶ ଚନ୍ଦ୍ର ଭୋଇ, କୁନ୍ତଳା ଭୋଇ, କୁଶ ଭୋଇ, ସୁରେନ୍ଦ୍ର ସାହୁ, କୁମୁଦିନୀ ପ୍ରଧାନ, ରବିନ୍ଦ୍ର ସାହୁ, ଗୋକୁଳାନନ୍ଦ ମାଝିଙ୍କ ସମେତ ବହୁ ଆଜବେଷ୍ଟସ, ଚାଳ ଛପର ଘର ଉଡ଼ିଯାଇଛି। ଏଥିସହ ବଇଣ୍ଡା ହାଇସ୍କୁଲର ସାଇକେଲ ଷ୍ଟାଣ୍ଡଟି ଝଡ଼ ତୋଫାନରେ ଭାଙ୍ଗିଯାଇଛି। ବହୁ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ିବା ସହ ଗମନାଗମନ ବାଧାପ୍ରାପ୍ତ ହୋଇଛି। ବିଦ୍ୟୁତ୍‌ ତାର ଭାଙ୍ଗି ପଡ଼ିଥିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ସେହିପରି ଏହି ବର୍ଷାରେ କଦଳୀ ଗଛ ବ୍ୟାପକ ଭାଙ୍ଗି ଯାଇଥିବାବେଳେ ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ପନୀପରିବା ଚାଷ ଯଥା, ଟମାଟୋ, ବାଇଗଣ, ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏ ନେଇ ନୁନୁକାପଶି ସରପଞ୍ଚ ଜଳଧର ସାହୁ କୁହନ୍ତି, କାଳବୈଶାଖୀରେ ବ୍ୟାପକ ଘର ଭାଙ୍ଗିଯିବାସହ ଉଠା ଦୋକାନୀଙ୍କର କ୍ଷତି ହୋଇଛି। ପଞ୍ଚାୟତ ପକ୍ଷରୁ କ୍ଷତିଗ୍ରସ୍ତଙ୍କୁ ଚିହ୍ନଟ କରାଯାଇ ସରକାରୀ ସାହାର୍ଯ୍ୟ ଯୋଗାଇ ଦେବା ପାଇଁ ତହସିଲଦାରଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri