କିଶୋରନଗର ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି ଦାବି

ବଇଣ୍ଡା,୫।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ରାତି ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରୁ ନ ଥିବାରୁ ଅପରାଧ ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ଏ ନେଇ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) କିଶୋରନଗର ଶାଖା ପକ୍ଷରୁ ମଙ୍ଗଳବାର ଅନୁଗୋଳ ଏସ୍‌ପିଙ୍କୁ ଅଭିଯୋଗ କରାଯାଇଛି।
ଏସୟୁସିଆଇ ପକ୍ଷରୁ କୁହାଯାଇଛି, କିଶୋରନଗର ଥାନା ଅଞ୍ଚଳରେ କିଛି ମାସ ହେବ ଅପରାଧ ବୃଦ୍ଧି ପାଉଛି। କିଛିମାସ ତଳେ ଘୋଷର ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ କଟୁରିରେ ଦୁର୍ବୃତ୍ତମାନେ ଆକ୍ରମଣ କରି ଟଙ୍କା ଲୁଟି ନେଇଥିଲେ। ସେହିପରି ଜାନୁୟାରୀରେ ହିମିତିରା-ଅଙ୍ଗପଡ଼ା ରାସ୍ତାର ହିମିତିରା ନିକଟରେ କେନ୍ଦୁନାଳୀର ଜଣେ ବ୍ୟବସାୟୀଙ୍କୁ ଅଟକାଇ ୬୦ ହଜାର ଟଙ୍କା ଲୁଟ୍‌ କରାଯାଇଥିଲା। ଶନିବାର ବାମୁରରୁ ଧଉରାପାଲି ଅଭିମୁଖେ ଘରକୁ ଯାଉଥିବାବେଳେ ଖବରଦାତା ଗୌରଚନ୍ଦ୍ର ସାହୁଙ୍କୁ ଆକ୍ରମଣ ସହ ଲୁଟ୍‌ ଉଦ୍ୟମ ହୋଇଥିଲା। ବାରମ୍ବାର ଲୁଟ୍‌ ହେଉଥିଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ସେହିପରି ମଦ ସହ ଡିଜେଲ, ପେଟ୍ରୋଲ ଆଦିର ଚୋରା କାରବାର ବୃଦ୍ଧି ପାଉଛି। ଥାନାରେ ଫୋନ ଅଚଳ ଥିବାବେଳେ ଏହାକୁ ମରାମତି କରାଯାଉ ନାହିଁ। ମାସକୁ ଅଧାଦିନ ଫୋନ ଅଚଳ ରହୁଥିବା ଯୋଗୁ ଚୋରା ବ୍ୟବସାୟୀମାନେ ଖୁଲମ୍‌ଖୁଲା କୋଇଲା, କାଠ, କେନ୍ଦୁପତ୍ର ଚାଲାଣ କରୁଛନ୍ତି। ତୁରନ୍ତ ଏଥିପ୍ରତି ଅନୁଗୋଳ ଏସ୍‌ପି ଦୃଷ୍ଟି ଦେଇ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ତୀର୍ଥବାସୀ ଭୋଇ, ରମଣିରଞ୍ଜନ ପ୍ରଧାନ, ଆଲୋକ ପ୍ରଧାନ, ରଣଜିତ ଲାଲ ପ୍ରଧାନ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ କିଶୋରନଗର ଆଇଆଇସି ପ୍ରତିମା ମାଝିଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କୌଣସି ଉତ୍ତର ନ ଦେଇ ପ୍ରସଙ୍ଗକୁ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri