କିଶୋରନଗର ପଞ୍ଚାୟତ ସମିତି ବୈଠକ: ପ୍ରଶାସନିକ ଅଧିକାରୀ ଅଧିକ ଯତ୍ନବାନ ହୁଅନ୍ତୁ

ବଇଣ୍ଡା,୧ା୧୧(ଡି.ଏନ.ଏ.)- କିଶୋରନଗର ପଞ୍ଚାୟତ ସମିତିର ୯ମ ବୈଠକ ବ୍ଲକ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ସରକାରୀ ଯୋଜନା କିପରି ସିଧାସଳଖ ଲୋକଙ୍କ ନିକଟରେ ପହଞ୍ଚିପାରିବ ସେ ନେଇ ପ୍ରଶାସନିକ ଅଧିକାରୀମାନେ ଅଧିକ ଯତ୍ନବାନ ହେବା ଆବଶ୍ୟକ ବୋଲି କହିଥିଲେ। ଅନ୍ୟତମ ଅତିଥି ଭାବେ ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଚନ୍ଦ୍ର ଦେଓ, ବିଡିଓ ଅମୃତା ପ୍ରିୟମ୍ବଦା, ଜିପିଓ ସୁଜାତା ତ୍ରିପାଠୀ, ବ୍ଲକ ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ, ଜିଲା ପରିଷଦ ସଭ୍ୟ ଅର୍ଜୁନ କୁମାର ପାଣ୍ଡେ, ବଂଶୀଧର ସେଠୀ, ସୁନୀଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ପରିମଳ, ଜଳଯୋଗାଣ, ରାସ୍ତାଘାଟର ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିସହ ଇନ୍ଦିରା ଆବାସ ଗୃହ ବଣ୍ଟନରେ ବ୍ୟାପକ ଦୁର୍ନୀତି ଅଭିଯୋଗ ନେଇ ହଟ୍ଟଗୋଳ ହୋଇଥିଲା। ଜାମ୍ବୁନାଳୀ ପଞ୍ଚାୟତରେ କୋଠାଥିଲାବାଲାଙ୍କୁ ଆବାସ ଯୋଗାଇ ଦିଆଯାଇଥିବା ସମିତିସଭ୍ୟ ଲକ୍ଷ୍ମୀଧର ପ୍ରଧାନ ଅଭିଯୋଗ କରିଥିଲେ। ସେହିପରି ନୁନୁକାପଶି ପଞ୍ଚାୟତର ସରକାରୀ ଜମିରେ ରହୁଥିବା ବହୁ ଗରିବ ଲୋକେ ଆବାସ ପାଇଥିଲେ ବି ଭୂମିହୀନ ହୋଇଥିବାରୁ ଘର ନିର୍ମାଣ କରିପାରୁ ନାହାନ୍ତି। ତୁରନ୍ତ ଜିଲାପାଳ ଉକ୍ତ ଜାଗାରେ ଗୃହ ନିର୍ମାଣ ନିମନ୍ତେ ନିର୍ଦ୍ଦେଶ ଦେବାକୁ ସରପଞ୍ଚ ଜଳଧର ସାହୁ ଦାବି କରିଥିଲେ। ସେହିପରି ନୁନୁକାପଶି ପଞ୍ଚାୟତର ରାସ୍ତାପାର୍ଶ୍ୱରେ ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଭାଙ୍ଗିଦିଆଯାଇଥିବା ପଶୁ ଚିକିତ୍ସାଳୟ, ରାଜସ୍ବ କାର୍ଯ୍ୟାଳୟ ଓ ବିଭିନ୍ନ ସ୍କୁଲର ଶୀଘ୍ର ନିର୍ମାଣ କାର୍ଯ୍ୟ ପାଇଁ ବୈଠକରେ ଦାବି କରାଯାଇଥିଲା। ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସେବା ଯୋଗାଣ ନିମନ୍ତେ କେତେଜଣ ସରପଞ୍ଚ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri